ଦୈନିକ ରାଶିଫଳ: 19 ମାର୍ଚ୍ଚ 2025, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ। ପୁରାତନ ରୋଗର ଉପସମ ହୋଇ ମାନସିକ ଏକାଗ୍ରତା ବଜାୟ ରହିବ। ବନ୍ଧୁଙ୍କ ସହାୟତାରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର- ନାଲିରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ଗ୍ରାହାକ ମାନଙ୍କ ସମ୍ପର୍କରେ ଉନ୍ନତି ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମିଥୁନ:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦଥିବା କାର୍ଯ୍ୟ ପୂରଣ ହେବ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ପରିବାରରେ ମାନ ମନାନ୍ତର ଦୂର ହେବ। କିନ୍ତୁ ପାଖ ପଡ଼ୋଶୀ ମାନେ କଟୁବଚନ ଶୁଣେଇ ପାରନ୍ତି। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ମାନସିକ ଶାନ୍ତି ଦେଖାଦେଇ ପାରେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତରଣ ସହଜ ସରଳରେ ହୋଇ ପାରିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଅନେକ ଦିଗରୁ ଖୁସି ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। କର୍ମ କ୍ଷେତ୍ରରେ ନାନାବିଧ ସୁଯୋଗ ପାଇବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସାହସର ସହିତ ପରିସ୍ଥିତିକୁ ସାମ୍ନା କରି ପାରିବେ। ଅଟକି ଯାଇଥିବା ଟଙ୍କା ବା ଉଧାର ଦେଇଥିବା ଅର୍ଥ ପାଇ ପାରିବେ। କୌଣସି କାରଣରୁ ସହକର୍ମୀଙ୍କ ଠାରୁ ପ୍ରଶଂସାବାଣୀ ଶୁଣିବାକୁ ପାଇବେ। ଅନଲାଇନ୍ ବ୍ୟବସାୟ ସହିତ ଜଡିତ ଲୋକଙ୍କ ପାଇଁ ଏହି ଦିନଟି ବିଶେଷ ଶୁଭ ହେବ। ପ୍ରେମ ସମ୍ବନ୍ଧରେ ଅତ୍ୟଧିକ ଭାବପ୍ରବଣ ହୋଇ ପାରନ୍ତି। ଅନ୍ୟମାନଙ୍କ ପରାମର୍ଶ ଅପେକ୍ଷା ନିଜ ନିଷ୍ପତ୍ତି ଉପରେ ଅଧିକ ପ୍ରାଧାନ୍ୟ ଦିଅନ୍ତୁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ନିଜର କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ। ପିଲାମାନଙ୍କ ବିଷୟରେ ଗର୍ବ ଅନୁଭବ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କାର୍ଯ୍ୟକ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସରକାରୀ କ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବା ସହ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଶିକ୍ଷା କ୍ଷେତ୍ରରେ ଅନ୍ୟମନସ୍କ ରହି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!