ଦୈନିକ ରାଶିଫଳ: 19 ସେପ୍ଟେମ୍ବର 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ। ଯାତ୍ରାଫଳରେ ଉତ୍ସାହିତ ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ଉଚ୍ଚଆଶା ସଫଳ ହେବା ଫଳରେ ପାରିବାରିକ କ୍ଷେତ୍ରରେ ଖୁସି ମିଳିବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମିଥୁନ:-କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପରିଶ୍ରମ ଦ୍ୱାରା ଲାଭ ପାଇବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଖେଳ, ବିଦ୍ୟା ଓ ସାମାଜିକ କ୍ଷେତ୍ରରେ ଆଦୃତ ହେବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ଆଇନଗତ ମାମଲା ବିଚାରାଧୀନ ରହିପାରେ। ନିଜର କାର୍ଯ୍ୟପ୍ରତି ଉତ୍ସର୍ଗୀକୃତ ହେବା କାରଣରୁ ସହକର୍ମୀମାନେ ଆପଣଙ୍କର ପ୍ରଶଂସା କରିବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ପୁରୁଣା ରୋଗ ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିପାରେ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ସାମାଜିକ ପତିଆରା ଅମଳିନ ରହିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ଭାବନାର ବଶୀଭୂତ ହୋଇ ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ବ୍ୟବସାୟରେ ବାଧା ଉପୁଜିବା ସହ ସଂଘର୍ଷ ମଧ୍ୟ ଦେଇ ଗତି କରିବେ। ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।

ମକର:-ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ଆପଣ ଫୋନ୍ ଏବଂ ଇମେଲ୍ ମାଧ୍ୟମରେ ଭଲ ସୂଚନା ପାଇ ପାରିବେ। ବ୍ୟବସାୟରେ ଭଲ ଲାଭ ମିଳିବା ସହ ଆୟର ନୂତନ ଉତ୍ସ ବିକାଶ ହୋଇପାରେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ିବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ସାମାଜିକ ପତିଆରା ଅମଳିନ ରହିବା ସହ ବକେୟା ଅର୍ଥ ଆଦାୟ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ କାର୍ଯ୍ୟରେ ଜଡିତ ବ୍ୟକ୍ତିମାନଙ୍କର ପ୍ରାଧାନ୍ୟ ବୃଦ୍ଧି ପାଇବା ସହ ସାଧାରଣ ଲୋକ ଆପଣଙ୍କ ପ୍ରତି ବହୁତ ଆକର୍ଷିତ ହେବେ। ଶତୃମାନେ ଦୂରେଇ ଯିବେ। ବକେୟା ଅର୍ଥ କିଛି ମିଳିବ। ସରକାରୀ କାମରେ ସଫଳତା ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!