ମେଷ:-ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ଆନନ୍ଦିତ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ବୃଷ:-ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଆୟ ବୃଦ୍ଧି ହେବ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ପିଲାମାନଙ୍କ ଉନ୍ନତିରେ ପ୍ରସନ୍ନ ରହିବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସହ ସମ୍ପର୍କ ମଜବୁତ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ଶରୀର ସୁସ୍ଥ ରହିବାସହ ପ୍ରଶାସନିକ କାର୍ଯ୍ୟରେ ପ୍ରବଳ ଉନ୍ନତି ହେବାର ସମ୍ଭାବନା ଅଛି। ଟଙ୍କାର ଆବଶ୍ୟକତା ପୂରଣ ହୋଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବାସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମଚାରୀ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
କନ୍ୟା:-ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହୋଇ ଆୟ ଉପାର୍ଜନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ଉଚ୍ଚଆଶା ପୂରଣ ହୋଇପାରେ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ କରି ସାମାଜିକ କ୍ଷେତ୍ରରେ ଯଶପ୍ରତିଷ୍ଠା ତଥା ଲୋକପ୍ରିୟତା ହାସଲ କରିବେ। କାର୍ଯ୍ୟ କ୍ଷେତ୍ରରେ ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ତୁଳା:-ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ। ଅଧାଥିବା କାର୍ଯ୍ୟ ପୂରଣ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ଆୟବୃଦ୍ଧି, ଋଣମୁକ୍ତି, ଶତୃମାନେ ମଥାନତ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ଧନୁ:-ସହକର୍ମୀଙ୍କ ସହ ବାଦବିବାଦର ସମାଧାନ ହୋଇ ଶାନ୍ତି ଉପୁଜିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଜାଗାଜମି, ଗୃହ ଉପକରଣ କ୍ରୟ କରି ପାରନ୍ତି। ଯାନ ବାହାନ ପ୍ରାପ୍ତି ହୋଇପାରେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ଓ ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ। ସମାଜ ସେବାରେ ସୁନାମ ଅର୍ଜନ କରିବେ ଓ ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ସତର୍କତା ଅବଲମ୍ବନ ନକଲେ ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଖୋଜୁଥିବା ଜିନିଷ ଆଜି ମିଳିଯିବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ମାନସିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମ୍ମାନ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ। ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।