ମେଷ:-ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପରିବାରରେ ନୂତନ ସମ୍ବନ୍ଧ ସୃଷ୍ଟିହେବା ଫଳରେ ଖୁସିର ବାତାବରଣ ସ୍ଥାୟି ରହିବ। ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। କାମଧନ୍ଦାରେ ମନ ଲାଗିବା ଫଳରେ ବିଶେଷ ଉପକୃତ ହେବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବୃଷ:-ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ବରିଷ୍ଠ ବ୍ୟକ୍ତିଙ୍କ ଆଶୀର୍ବାଦ ପାଇ କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ। ନିଷ୍ଠାର ସହ ପରିଶ୍ରମ ଫଳରେ ବ୍ୟବସାୟ କ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ।ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ ଓ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଅର୍ଥଲାଭର ମାର୍ଗ ଖୋଲି ଯିବାସହ କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କର୍କଟ:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ବନ୍ଧୁତ୍ଵ ବୃଦ୍ଧି ପାଇବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖା ଦେଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଜନସେବାରେ ନିଜକୁ ନିୟୋଜିତ କରିବେ। ଭୌତିକ ସୁଖସୁବିଧା ସାଧନରେ ବୃଦ୍ଧି ହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ବ୍ୟବସାୟ କ୍ଷେତ୍ରରେ ଆୟ ବଢିବା ଫଳରେ ଆର୍ଥିକ ସଙ୍କଟ ଦୂରେଇ ଯିବ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବାସହ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ସ୍ୱାସ୍ଥ୍ୟ ଠିକ୍ ରହିବାସହ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ।ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ପାରେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ।ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ।ପାଖ ପଡୋଶୀ ମାନଙ୍କ ସହଯୋଗରେ ଗୃହସମସ୍ୟା ସମାଧାନ ହେବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ସାମାଜିକ କାର୍ଯ୍ୟରେ ବାଧାପ୍ରାପ୍ତ ହୋଇ ପାରେ। ବିରକ୍ତି ସ୍ୱଭାବ ପ୍ରକାଶ ପାଇବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ସାମାଜିକ ସ୍ତରରେ ସମ୍ମାନ ଲାଭ ହେବାସହ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ପ୍ରଚୁର ଲାଭ କରି ପାରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମକର:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାମାଜିକ କାର୍ଯ୍ୟରେ ସଫଳତାପାଇ ମାନସମ୍ମାନ ବୃଦ୍ଧି ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚିତ୍। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ। ଆତ୍ମୀୟମାନେ ବିଶ୍ୱାସଘାତକତା କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବାସହ ସକଳ କାର୍ଯ୍ୟରେ ସଫଳତା ମିଳିବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇ ଆର୍ଥିକସ୍ଥିତି ସୁଧୁରି ଯିବ। ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଯାନବାହନ ସୁଖ ମିଳିବାସହ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।