ମେଷ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ବିଦ୍ୟା କ୍ଷେତ୍ରରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ମନ ଖୁସି ରହିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।
ବୃଷ:-ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ଆୟ ଉପାର୍ଜନର ବୃଦ୍ଧି ହୋଇ ଗୃହପୋକରଣ କ୍ରୟ କରିବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।
ମିଥୁନ:-କର୍ମଜୀବିମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ରାଜନେତା ମାନଙ୍କର ଅତ୍ୟଧିକ କାର୍ଯ୍ୟଚାପ ବୃଦ୍ଧି ପାଇଲେ ମଧ୍ୟ ମଧୁର ସ୍ୱାଦ ଅନୁଭବ କରିବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। କର୍ମକ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କନ୍ୟା:-ସମ୍ପର୍କୀୟ ମାନଙ୍କ ଦ୍ୱାରା ସୁବିଧା ପାଇବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ରରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ ପାଇବେ। ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ଖେଳରେ ସଫଳତା ମିଳିବ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେମଧ୍ୟ ପ୍ରଶଂସା ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବିଚ୍ଛା:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶାରୀରିକ ଅସୁସ୍ଥତା ଅନୁଭବ କରିବା ସହ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇପାରନ୍ତି। ବ୍ୟବସାୟରେ ବାଧା ଉପୁଜିବା ସହ ସଂଘର୍ଷ ମଧ୍ୟ ଦେଇ ଗତି କରିବେ। ସନ୍ତାନ ପକ୍ଷର ଚିନ୍ତା ଦେଖା ଦେଇପାରେ। ପ୍ରତିକାର-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ଧନୁ:-ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ। ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଗୃହୋପକରଣ କ୍ରୟ କରିବେ। ଆର୍ଥିକ ପ୍ରସଙ୍ଗରେ ଟିକେ ସତର୍କ ରହିବା ଉଚିତ୍। ଘରେ କିଛି ଅଭାବ ଅନୁଭବ କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ସ୍ୱାସ୍ଥ୍ୟ ଠିକ୍ ରହିବାସହ ଅଚାନକ ଧନ ପ୍ରାପ୍ତି ହେବ ଓ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଶିକ୍ଷା କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତିମିଳିବ। ସହଯୋଗୀ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ଅଟକିଥିବା ଧନ ପ୍ରାପ୍ତି ହେବ। ବ୍ୟବସାୟ, ବାଣିଜ୍ୟରେ ଲାଭପାଇବେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ। ଶତ୍ରୁନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀ ହେବେ। ଛାତ୍ରଛାତ୍ରୀ ମାନଙ୍କର ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଦୂରଯାତ୍ରାରେ ସୁଖମିଳିବା ସହ ଲାଭ ବାନ୍ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମୀନ:-ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ହେବ। ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ।ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ।ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।