ମେଷ:-ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରି ପାରନ୍ତି। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ନୂଆ ନୂଆ ବ୍ୟବସାୟିକ ସଂପର୍କ ସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଗୃହାରମ୍ଭ, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଯୋଗେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ଶତୃମାନଙ୍କ ଠାରୁ ଉପସମ ପାଇବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପରିବାର ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ।କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆପଣାର ଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ।ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ଶୁଭ ସଂବାଦ ପାଇ ଖୁସି ହେବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ପ୍ରେରଣା ପାଇ ଅଚଳାବସ୍ଥା ସୁଧୁରି ଯିବ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-କର୍ମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ପାଖ ପଡୋଶୀମାନେ କଟୁବଚନ ଶୁଣେଇବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ମାଲିମୋକଦ୍ଦମାରେ ଶୁଭଫଳ ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।
ମକର:- ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ।ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ପାରିବାରିକ ସମସ୍ୟା ସୁଧାରି ନେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ପାରନ୍ତି। କୌଣସି ନୂତନ କାର୍ଯ୍ୟ କରିବା ଠିକ୍ ନୁହେଁ। ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର ଚିନ୍ତାର କାରଣ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
