ଦୈନିକ ରାଶିଫଳ: 20 ଅକ୍ଟୋବର 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ରାଶି ଉପରେ, ମିଳିବ କିଛି ବଡ ଖୁସି ଖାବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଉଧାର ଦେଇଥିବା ଟଙ୍କା ମିଳିବ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବାସହ ଧନସମ୍ପଦରେ ଅଭିବୃଦ୍ଧି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ସୁଖ ସମୃଦ୍ଧି ବୃଦ୍ଧିହେବାସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମପ୍ରତି ପ୍ରଲୋଭିତ କରି ପାରନ୍ତି। ଅସହାୟ ଓ ବୃଦ୍ଧ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡି ପାରେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣକାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରେ। ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବାସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶରେ ସାହାଯ୍ୟ କରିବେ। କାର୍ଯ୍ୟରେ ଗମ୍ଭୀରତା ସହ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ଅଧ୍ୟାପନ ମାମଲାରେ ଆଗକୁ ଗତି କରିବେ। ଜମି ଜମା ସଙ୍କ୍ରାନ୍ତିୟ କାଗଜ ପତ୍ରରେ ସଫଳତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। କର୍ମକ୍ଷେତ୍ରରେ ଯୋଗ୍ୟତାର ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ। ଅର୍ଥବ୍ୟବସ୍ଥା ପୂର୍ଣ୍ଣ ରୂପରେ ସଞ୍ଚାଳିତ ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ଯେକୌଣସି କାର୍ଯ୍ୟରେ ହାତ ଦେବେ ସଫଳତା ମିଳିବ। କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧନର ସାମ୍ନା କରିବାକୁ ପଡିବ। ଅଫିସରେ ସହକର୍ମୀଙ୍କ ସାମ୍ନା କରିବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ମିଳିବ। ପରିବାରରେ ନିଜରପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। କ୍ଷମତା ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ବିରୋଧୀମାନେ କରିଥିବା ଷଡଯନ୍ତ୍ରରୁ ମୁକୁଳି ପାରିବେ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବା ସହ ଆର୍ଥିକ ଗତିବିଧିରେ ବ୍ୟସ୍ତ ରହି ପ୍ରଚୁର ଅର୍ଥ ଲାଭ କରିବେ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖା ଦେଇ ପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। ନିଜର ସାମର୍ଥ୍ୟଠାରୁ ଅଧିକ କାମ କରନ୍ତୁ ନାହିଁ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ ପତିଆରା ଅମଳିନ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା ମାନେ ଲାଭବାନ୍ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ଆୟ ଉପାର୍ଜନରେ ବାଧା ଦେଖାଦେବ। ଆର୍ଥିକ ପ୍ରସଙ୍ଗରେ ବେପରୁଆ ହେବା ଠିକ୍ ନୁହେଁ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଆୟ ଉପାର୍ଜନ ବୃଦ୍ଧି ହେବ। ଆପଣଙ୍କ ଆଚରଣରେ ଅହଂକାର ଏବଂ ସ୍ଵାର୍ଥପରତା ଭାବ ଦେଖାଦେଇପାରେ। କିନ୍ତୁ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଜିଦ୍ ରେଅଟଳ ରହିବାଯୋଗୁ ସାଧାରଣ ଲୋକମାନେ ଆପଣଙ୍କ ଉପରେ କ୍ରୋଧିତ ହୋଇପାରନ୍ତି। ଗଳା ସଂକ୍ରମଣର ସମସ୍ୟା ହୋଇପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!