ଦୈନିକ ରାଶିଫଳ: 20 ଅଗଷ୍ଟ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ଓ ଲାଭର ପରିମାଣ ଅଧିକ ହେବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ପାଇ ଉଚ୍ଚପ୍ରଶଂସିତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଚାଲୁଥିବା କାର୍ଯ୍ୟ ପୂରଣ କରିବାର ସୁଯୋଗ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ଆଶା କରିଥିବା କାର୍ଯ୍ୟଟି ପୂରଣ ହୋଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସମସ୍ତ ଚିନ୍ତା ଦୂର ହୋଇ ମାନସିକ ଶାନ୍ତି ପାଇବେ। ସାମାନ୍ୟ ପରିଶ୍ରମ କଲେ ଅଧିକଧନ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସୁଧାରି ନେଇ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପରିବାରରେ କଳହର ଅବସାନ ହେବ। ବନ୍ଧୁଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। କାର୍ଯ୍ୟ କ୍ଷେତ୍ରରେ ଅବହେଳା କରନ୍ତୁ ନାହିଁ କି ଛୋଟ ଛୋଟ ଜିନିଷକୁ ଅବହେଳା କରନ୍ତୁ ନାହିଁ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ ଓ ଉନ୍ନତିର ସୁଯୋଗ ପାଇବେ। ରାଜନୀତିରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇ ସଫଳତା ମିଳିବ ଓ ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। କର୍ମକ୍ଷେତ୍ରରେ ନୂତନ ଜାଗାର ନିମନ୍ତ୍ରଣ ଆସିବ। କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଅଚାନକ ଉନ୍ନତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ଆଶାତୀତ ଲାଭପାଇ ମନ ଖୁସି ରହିବ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ନୂତନ ଗୃହସୁଖ ମିଳିବ। ଯାନବାହନ ସୁଖ ମିଳିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!