ଦୈନିକ ରାଶିଫଳ: 20 ଅଗଷ୍ଟ 2024, ମଙ୍ଗଳବାର, ମା; ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶାରିରୀକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ପାଇବେ। କର୍ମକ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃମାନେ ଦୂରେଇ ଯିବେ। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମିଥୁନ:-ସରକାରୀ କାମରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ଅଧିକ ରୋଜଗାରର ବାଟଦେଖା ଦେବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହୋଇ ପାରନ୍ତି। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଶ୍ରମସାର୍ଥକ ହେବ। ରାଜନୈତିକ କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବ। କେତେକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବା ଫଳରେ ବିଭିନ୍ନ କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ରାଜକୀୟ ମାମଲାରେ ସଫଳତା ମିଳିବ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ଭାଇଭଉଣୀଙ୍କ ସହ ମନୋମାଳିନ୍ୟ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟରେ ଉନ୍ନତି ଓ ମାନସିକ ଶାନ୍ତି ପାଇବେ। ଦୃଢସଂକଳ୍ପ ନେଇ ନୂତନ କାର୍ଯ୍ୟ ଆରମ୍ଭ କରିବାର ଯୋଜନା ପ୍ରସ୍ତୁତ କରି ପାରିବେ। ଜାଗାଜମି, ସମ୍ପତ୍ତିଆଦି କ୍ରୟ ବିକ୍ରୟରୁ ପ୍ରବଳ ଲାଭ ପାଇବେ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ପ୍ରତିକାର:-ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବାଦବିବାଦ, ମାଲିମୋକଦ୍ଦମା ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଜନସେବାରେ ନିଜକୁ ନିୟୋଜିତ କରିବେ। ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବା ଫଳରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀହେବେ ଓ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବାଯୋଗେ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶାରୀରିକ ଅସୁସ୍ଥତା ଦୂର ହୋଇ ଋଣଭାର କମିଯିବ ଓ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ବହୁତ ଭଲ ସମୟ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭଫଳ ପାଇବେ ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ମୀନ:-କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ଆଜି ତାହା ସମାଧାନ ହେବ। ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ। ବ୍ୟବସାୟରେ ଭଲ ଲାଭ ପାଇବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ କଷ୍ଟ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!