ଦୈନିକ ରାଶିଫଳ: 20 ଜାନୁୟାରୀ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ।ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଶାନ୍ତି ଦେଖା ଦେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ କରିଥିବା ପ୍ରୟାସରେ ସଫଳତା ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ବୈବାହିକ ସମ୍ପର୍କ ଅତ୍ୟନ୍ତ ମଧୁର ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କେତେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ମାଆବାପାଙ୍କ ଠାରୁ ସହଯୋଗ ମିଳିବ। ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ପାଇ ସୁଖଶାନ୍ତି ବିରାଜମାନ କରିବ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ହସଖୁସିରେ ସମୟ ବ୍ୟତୀତ ହେବ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ଫଳରେ ଉତ୍ସାହିତ ହେବେ। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟି ଆଶାଜନକ ଫଳପ୍ରାପ୍ତି ହେବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର- ନାଲି ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରେମପ୍ରସଙ୍ଗରେ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଜ୍ଞାନଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସାମାଜିକ ସ୍ତରରେ ସମ୍ମାନଲାଭ ଯଶ ପ୍ରଶଂସା ମିଳିବ।ବ୍ୟବସାୟରେ ଶତୃମାନେ ଦୂରେଇ ଯିବା ଫଳରେ ଆନନ୍ଦ ଅନୁଭବ କରିବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ ଓ ଶୁଭ କାମ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନେ କାର୍ଯ୍ୟଦକ୍ଷତା ଦେଖାଇ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!