ଦୈନିକ ରାଶିଫଳ: 20 ଜାନୁୟାରୀ 2025, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ସନ୍ତାନ ସୁଖରେ ସୁଖୀ ହେବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ପାରିବାରିକ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ବ୍ୟବସାୟୀ ମାନଙ୍କର ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବ୍ୟବସାୟୀ ମାନଙ୍କର ବହୁବିଧ ଲାଭ ମିଳିବ। ବିତିଯାଇଥିବା ମାମଲାରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସଫଳତା ମିଳିବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବା ଫଳରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟରେ ରତ ହେବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବାସହ ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ। ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ। ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଛାତ୍ରଛାତ୍ରୀମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂରେଇଯିବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ.

ବିଚ୍ଛା:-କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧିହୋଇ ବୀଜୟ ପ୍ରାପ୍ତ ହେବ। ପାରିବାରିକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ ଓ ଦାମ୍ପତ୍ୟସୁଖ ବୃଦ୍ଧି ପାଇବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ।ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ। ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପ୍ରେମୀକା ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ।ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ। କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରିବା ନିହାତି ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ଆତ୍ମୀୟ ଲୋକଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!