ଦୈନିକ ରାଶିଫଳ: 20 ଜୁନ୍ 2024, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସଜାରି ରଖିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଆୟ ବୃଦ୍ଧି ହେବା ଦ୍ଵାରା ଆର୍ଥିକ ଉନ୍ନତି ହେବ। ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ଉନ୍ନତି ଫଳରେ ପରିଶ୍ରମର ସୁଫଳ ଭୋଗ କରିବେ। ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ଫଳରେ ମାନସିକ ଶାନ୍ତି ମିଳିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କର୍କଟ:-ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧିହେବ। କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ। ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-ସନ୍ତାନଙ୍କ କାର୍ଯ୍ୟରେ ଖୁସିହେବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମନାନ୍ତର କଟିଯିବ। ପରିବାରର କେତେକ ସମସ୍ୟା ସମାଧାନ କରି ମାନସିକ ଶାନ୍ତି ଅନୁଭବ କରିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ପାରିବାରିକ ପରିସ୍ଥିତି ବଦଳିଯିବ।ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ମାନ, ସମ୍ମାନ ପାଇବେ। ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପ୍ରେମିକ ପ୍ରେମିକା ମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ଶତୃ, ରୋଗ, ଋଣରୁ ମୁକ୍ତି ହେବାର ବାଟ ଖୋଲି ଯିବ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ବିଦେଶ ଯାତ୍ରାରେ ସଫଳ ହେବେ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ପାରିବାରିକସ୍ତର ହସ ଖୁସିରେ କଟିବ। ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯାଇ ପାରେ। ଚିନ୍ତା କରିଥିବା କାମ ଠିକ୍ ଭାବେ ସଂପୂର୍ଣ୍ଣ ହୋଇ ପାରେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ପରିବହନରେ ବିଶେଷ ଲାଭବାନ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ରାଜନୀତିରେ ସ୍ଵନାମ ଅର୍ଜନ କରିବେ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବନ୍ଧୁଙ୍କଯୋଗେ ମନ ବିଚଳିତ ହୋଇପାରେ। ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶତୃମାନେ ମିତ୍ରଭାବ ଆଚରଣ କରିବେ। ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। ଶରିର ସୁସ୍ଥ ରହିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!