ଦୈନିକ ରାଶିଫଳ: 20 ଜୁଲାଇ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ହେବ ଆକସ୍ମିକ ଅର୍ଥ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆତ୍ମୀୟଙ୍କ ସମ୍ବନ୍ଧୀତ ଚିନ୍ତା ଦୂର ହୋଇ ପାରିବାରିକ ଜୀବନ ଆନନ୍ଦରେ କଟିବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ପରିବାରର ମାମଲା ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରୋଜଗାର ସମସ୍ୟା ସୁଧୁରି ଯିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ଆୟର ସ୍ରୋତ ଖୋଲି ଯିବ। ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଯୋଗେ ସମ୍ବନ୍ଧରେ ପ୍ରଗାଢତା ଦେଖା ଦେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବାସହ କୌଣସି ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କୋର୍ଟକଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ବନ୍ଧୁଙ୍କ ଆଗମନ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ସୁଖ ସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହୋଇ ପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ। ବିଦେଶ ଯାତ୍ରାରେ ଲାଭ ପାଇବେ। ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ। ଋଣଭାର କମିଯିବ। ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ସକଳ କାର୍ଯ୍ୟରେ ସଫଳତା ମିଳିବ। ଉଚ୍ଚଆଶା ପୂରଣ ହୋଇପାରେ। ଶରିର ସୁସ୍ଥ ରହିବ। ଘରେ ବସିଥିଲେ ମଧ୍ୟ କେହି ବଳେ ବଳେ ଆସି ଆପଣଙ୍କ କାମନା ପୂର୍ଣ୍ଣ କରିଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ତୁଳା:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶାରୀରିକ କଷ୍ଟ ଦୂରେଇ ଯିବା ସହ ଶତୃମାନେ ପରାଜିତ ହେବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ତିର୍ଥସ୍ଥାନକୁ ଯାତ୍ରା କରି ମନ ଭଲ ରହିବ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ସନ୍ତାନଙ୍କ ଉନ୍ନତିରେ ମାନସିକ ଶାନ୍ତି ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ହେଲେ ମଧ୍ୟ ଖର୍ଚ୍ଚ ଅଧିକ ହେବ। ଦୂରଯାତ୍ରାରୁ ନିବୃତ ରୁହନ୍ତୁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ପାରିବାରିକ ଜୀବନରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ଫଳରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷାକରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଚିନ୍ତା ବା ସମସ୍ୟା ଦୂର ହେବାସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଦୂର ଯାତ୍ରା କରନ୍ତୁ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟଚାପ ହେତୁ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ରାଜନୀତି କ୍ଷେତ୍ରରେ ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ। ଭ୍ରମଣ କରିବାର ସୁଯୋଗ ଅଛି। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନିଜର ରଚନାତ୍ମକ ଚିନ୍ତା ଚରମ ହେବ। ଘରୋଇ ସମସ୍ୟାର ସମାଧାନ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!