ମେଷ:-ନିର୍ମାଣ କ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ। ମିତ୍ରମାନଙ୍କଦ୍ୱାରା ଅନେକ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଦୂରଯାତ୍ରାର ସୁଯୋଗ ପାଇବେ। ନିଜର ପ୍ରତିଷ୍ଠା ବୃଦ୍ଧି ଧାରଣାକୁ ଉଜ୍ଜ୍ୱଳ ପଥରେ ପରିଣତ କରିବେ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ ଓ ଆର୍ଥିକସ୍ଥିତି ଭଲ ରହିବ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ବୃଷ:-ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ। ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ। ଶତୃମାନେ ଦୂରେଇ ଯିବେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କର୍କଟ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ।ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ବାଧା ଦେଖା ଦେବ ନାହିଁ। କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ସିଂହ:-ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ ଆର୍ଥିକ ସ୍ଥିତି ସୁଧୁରି ଯିବ, ଯଶ ପ୍ରତିଷ୍ଠା ମିଳିବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ କରିପାରିବେ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ନିତ୍ୟକର୍ମ ପରିବର୍ତ୍ତନ ହେତୁ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ।ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ଧନୁ:-ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁଙ୍କ ଠାରୁ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ମିଳିବ। ବାଣିଜ୍ୟ ବ୍ୟାପାର କାମପାଇଁ ବାହାରକୁ ଯିବାକୁ ପଡିପାରେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେଇ ପାରେ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମକର:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ବ୍ୟବସାୟ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ମାନସିକ ଚିନ୍ତା ଦୂର ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।