ଦୈନିକ ରାଶିଫଳ: 20 ଡିସେମ୍ବର 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଉଚିତ୍ ପନ୍ଥା ଗ୍ରହଣ କରିବେ। ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହୋଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ଆର୍ଥିକ ଦିଗରୁ ସୁବିଧା ପାଇବେ। ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ଶାନ୍ତିରେ ଦିନଟି କାଟି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ସିଂହ:-ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ। ସରକାରୀ କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। କେତେକ ସମସ୍ୟାର ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତି କ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଯୋଜନା ମୁତବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବାସହ ପାରିବାରିକ ସ୍ତର ହସ ଖୁସିରେ କଟିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ସମାଧାନ କରି ପାରିବେ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପ୍ରତିକାର-କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:-ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ହାତକୁ ନେଇଥିବା କାର୍ଯ୍ୟ ସମ୍ପାଦନ ପାଇଁ ଚେଷ୍ଟା କରିବାକୁ ପଡିବ। ଋଣ ଭରଣାରେ ସହଜ ହେବ। ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ। ଆୟବୃଦ୍ଧି ହେବା ଫଳରେ ଶୁଭକାମ କରି ପ୍ରଶଂସିତ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!