ମେଷ:-ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ଦେହମନ ଭଲ ରହିବା ଫଳରେ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ। ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଜନ ସମ୍ପର୍କ ବୃଦ୍ଧି ପାଇବ। ସନ୍ତାନମାନଙ୍କ ପାଇଁ ଆନନ୍ଦିତ ହେବେ। ବକେୟା ଅର୍ଥ କିଛି ମିଳିବ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ। ବକେୟା ଅର୍ଥ କିଛି ମିଳିବ। ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ। ଜ୍ଞାନଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖି ପାରନ୍ତି। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ। ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଧାର୍ମିକ କ୍ଷେତ୍ରରେ ମନ ବଳାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ। ବାଦବିବାଦ, ମାଲିମକଦ୍ଦମା, ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ଜୟଲାଭ ହେବ। ମନରେ ଦୁଶ୍ଚିନ୍ତା ଓ ଭୟ ରହିବ। ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ଅଧ୍ୟୟନ ପାଇଁ ତତ୍ପର ହେବେ। ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ। ରାଜନୀତିକ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶା ଜନକ ଫଳ ପ୍ରାପ୍ତି ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ ଓ ବିଶେଷ ଉପକୃତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ବିଚ୍ଛା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ ଓ ଚାକିରିରେ ପ୍ରତିଷ୍ଠିତ ହେବା ସହ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ବିଦ୍ୟାରେ ଉନ୍ନତି ହେବା ସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ। ବିବାଦୀୟ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରି ସୁଖଶାନ୍ତି ଫେରି ପାଇବେ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ। ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ ଓ ଆୟ ବୃଦ୍ଧି ପାଇବ। ମାନସମ୍ମାନ ବୃଦ୍ଧି, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ନୂତନ ମିତ୍ର ଲାଭ ହେବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
କୁମ୍ଭ:-ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସାମାଜିକ ପତିଆରା ଅମଳିନ ରହିବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ସାମାଜିକ ଜୀବନରେ ନୂତନ ଗୁରୁ ଦାୟିତ୍ୱ ଗ୍ରହଣ କରି ମାନସମ୍ମାନ ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଯଶମାନ ପ୍ରତିଷ୍ଠା ମିଳିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ଫଳରେ ଆର୍ଥିକ ସ୍ଥିତି ଭଲ ରହିବ। ଆୟ ବୃଦ୍ଧି ପାଇବା ଫଳରେ ମାନସିକ ଶାନ୍ତି ମିଳିବା ସହ ଶରୀର ଭଲ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।