ଦୈନିକ ରାଶିଫଳ: 19 ନଭେମ୍ବର 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶରୀର ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଯେକୌଣସି ଶୁଭ କାର୍ଯ୍ୟ ଆରମ୍ଭ କରି ପାରିବେ। ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ଚେଷ୍ଟା କରିବେ। ବନ୍ଧୁଙ୍କ ଆଗମନ ହେବ। ଗୃହୋପକରଣ କ୍ରୟ କରିବେ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। କାରବାରରେ ସୁଧାର ଆସିବ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ଦେଖାଦେବ। ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢ଼େଇ ଦେବ। ଗୃହୋପକରଣ କ୍ରୟ କରିବେ। ପରିବାରରେ ମାନ ମନାନ୍ତର ଦୂର ହେବ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ବିଚାରବିଭାଗ ରାୟ ସପକ୍ଷରେ ଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ। କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବିଦ୍ୟାର୍ଥୀମାନେ ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇଯିବେ ଓ ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ଉଚ୍ଚଆଶା ସଫଳହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ପରିବାରରେ ମାନ ମନାନ୍ତର ଦୂର ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅନେକ ଶୁଭକର୍ମରେ ଯୋଗ ଦେବାର ସୁଯୋଗ ପାଇବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତିକରି ପାରିବେ ନାହିଁ। ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ନୂତନ ଆୟପନ୍ଥା ଖୋଲିଯିବ। ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟରେ ଲାଭବାନ୍ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ଦୂର ହେବ ଓ କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକାମାନେ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହୋଇପାରେ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବିଦ୍ୟାକ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ। ରାଜନୀତିରେ ଧାଁ ଦଉଡ ଓ ଅଧିକ ସଂଘର୍ଷ କରି ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-କର୍ମଚାରୀମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି। ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!