ଦୈନିକ ରାଶିଫଳ: 20 ଫେବୃୟାରି 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଚେଷ୍ଟା ଜାରି ରଖିଲେ ମୁଣ୍ଡ ଉଚ୍ଚ ରହିବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଦାମ୍ପତ୍ୟଜୀବନ ସୁଖମୟ ହେବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ଉତ୍ତମ ରୋଜଗାର କରିପାରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଶିକ୍ଷା କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଆର୍ଥିକସ୍ଥିତିରେ ସୁଧାର ଆସିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ। ଶାରୀରିକ କଷ୍ଟ ଦୂର ହୋଇ ସ୍ଵାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଯୋଗେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ କାର୍ଯ୍ୟରେ ସ୍ଥିରତା ଆସିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପରିଶ୍ରମ ଦ୍ୱାରା କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ ଓ ଲାଭ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହୋଇ ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ବ୍ୟବସାୟୀ ମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବା ସହ ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇ ପାରେ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ଆୟର ମାର୍ଗ ପ୍ରଶସ୍ତ ହେବା ଫଳରେ ଆର୍ଥିକସ୍ଥିତି ମନ୍ଦ ହେବନାହିଁ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ପରିବାରରେ ଆଦର ଯତ୍ନପାଇ ସୁଖଭୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିବା ସହ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ମିଳି ପାରେ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିଲେ ଅଟକିଥିବା ଧନପ୍ରାପ୍ତ ହେବ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମ ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:- ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବା ଫଳରେ ଉତ୍ସାହିତ ହେବେ। ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ଗୃହୋପକରଣ କ୍ରୟ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ କର୍ମସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶୁଭ ସମାଚାର ପାଇ ମନ ଖୁସି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ ଓ ଅଭିଷ୍ଟ ପ୍ରାପ୍ତି ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ଆବଶ୍ୟକୀୟ ଦ୍ରବ୍ୟପାଇଁ ଅଧିକ ବ୍ୟୟ ହୋଇ ପାରେ। ରାଜନୀତି କ୍ଷେତ୍ରରେ ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତି ମାନଙ୍କ ଠାରୁ ଆଶ୍ଵାସନା ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବା ପାଇଁ ଚେଷ୍ଟା ଜାରି ରଖିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!