ମେଷ:-ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାକୁ ବିଚାର କରିବେ। ଜୀବନସାଥୀଙ୍କ ପ୍ରତି ସମ୍ମାନଭାବ ଜାଗୃତ ହେବ। କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାମାନେ ଆପଣଙ୍କ ପ୍ରତି ବହୁତ ଖୁସି ରହିବେ। ଚଳଚ୍ଚିତ୍ର ସହିତ ଜଡିତ ଲୋକମାନେ ଭଲ ସୁଯୋଗ ପାଇବେ। ଆର୍ଥିକ ସମସ୍ୟା ଦୂର ହେବ। ଘରର ସାଜସଜାରେ ଟଙ୍କା ଖର୍ଚ୍ଚ କରିବେ। ବିଦ୍ୟାର୍ଥୀମାନଙ୍କର ପାଠପଢା ବ୍ୟତୀତ ଅନ୍ୟାନ୍ୟ କାର୍ଯ୍ୟକଳାପରେ ଆଗ୍ରହ ବୃଦ୍ଧି ପାଇବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-ସାମାଜିକ ପତିଆରା ଅମଳିନ ରହିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପ୍ରତିକାର- ମଥାରେ ଶ୍ଵେତ ଚନ୍ଦନ ର ଟିକା ନିଶ୍ଚିନ୍ତ ଲଗାନ୍ତୁ।
ମିଥୁନ:-ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କର୍କଟ:-ସନ୍ତାନ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। କର୍ମକ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ।ଦୁଃଖୀ ଲୋକଙ୍କୁ ସାହାରାହେବେ ଓ ଅସହାୟଙ୍କୁ ସାହାଯ୍ୟ କରିବେ। କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ଫଳରେ ମନ ଓ ଶରୀର ଭଲ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟାପାର ଓ କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ। ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କନ୍ୟା:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପଢାପଢିରେ ମାନସିକ ଶାନ୍ତି ମିଳିବ ଓ ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ରାଜନୀତିରେ ଫାଇଦା ଉଠାଇବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ଆର୍ଥିକ ସଙ୍କଟ ଦୂରେଇ ଯିବ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ତୁଳା:-ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେବ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମକର:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। କର୍ମକ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ସାହାଯ୍ୟ ସହଯୋଗ ପାଇ ପଢିବା, ପଢେଇ ବାରେ ସଫଳତା ମିଳିବ। ବନ୍ଧୁଙ୍କ ଆଗମନ ହେବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଜ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ପରିଚାଳନାଗତ ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।