ଦୈନିକ ରାଶିଫଳ: 20 ମଇ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବହୁତ ଦିନରୁ ଲାଗିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଶତୃଙ୍କ ଠାରୁ ସାହାଯ୍ୟ ପାଇବେ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଜମି ଜମା ସଙ୍କ୍ରାନ୍ତିୟ କାଗଜ ପତ୍ରରେ ସଫଳତା ମିଳିବ । ରୋଜଗାର ସମସ୍ୟା ସୁଧୁରି ଯିବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ସିଂହ:-ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧନର ସାମ୍ନା କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କନ୍ୟା:-ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ । ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସଫଳତା ଅର୍ଜନ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ । ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ସହଜରେ ପୂର୍ଣ୍ଣ ହେବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ । ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଧନ ଲାଭ ହେବାରୁ ମନ ଖୁସି ରହିବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ । ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର:-କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ମକର:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ରାଜନୀତିରେ ସଫଳତା ମିଳିବ । କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ବ୍ୟବସାରେ ଉନ୍ନତି ହେବ । ବିଦ୍ୟାରେ ଉନ୍ନତି କରିବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭକରିବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସନ୍ତାନ ଯୋଗେ ଆନନ୍ଦିତ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!