ଦୈନିକ ରାଶିଫଳ: 20 ମଇ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ମାନସିକ ଅସ୍ଥିରତା ଓ ଶାରିରୀକ ଅସୁସ୍ଥତା ଦୂରେଇ ଯିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦୂରେଇ ଯାଇ ଭାଇ ଓ ଭଉଣୀମାନଙ୍କ ସହ ସମ୍ପର୍କ ମଧୁର ହେବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବିଦ୍ୟାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପ୍ରତିଯୋଗୀତା ପରୀକ୍ଷା ଏବଂ ସାକ୍ଷାତକାରରେ ବିଜୟୀ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ନିଜର ସ୍ଵାର୍ଥସିଦ୍ଧି ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:- ଯୁବକ ଯୁବତୀମାନେ କର୍ମ ନିଯୁକ୍ତିରେ ସଫଳ ହେବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ପାଇବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ ଜୀବନରେ ଶାନ୍ତି ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ମାନସିକ ଅସ୍ଥିରତା ଓ ଶାରିରୀକ ଅସୁସ୍ଥତା ଦୂରେଇ ଯିବ। ବ୍ୟବସାୟରେ ଉନ୍ନତି ହେବାସହ ଉତ୍ତମ ଲାଭ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବାର ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ବ୍ୟବସାୟରେ ଭଲ ଲାଭ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ଆୟ ଉତ୍ତମ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଶରୀର ସୁସ୍ଥ ରହିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସି ହେବେ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଂଘର୍ଷ ଦ୍ଵାରା ସଫଳତା ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:- ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ମହିଳାମାନେ ଉତ୍ତମ ଗୃହିଣୀ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ଯୁବକ ଓ ଯୁବତୀମାନେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବାର ସୁଯୋଗ ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ଧନୁ:-ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଆଶାତୀତ ପରିବର୍ତ୍ତନ ଆସିବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ନୂତନକର୍ମ ନିଯୁକ୍ତି ପାଇବାର ଆଶା ଉଜ୍ଜଳ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଖେଳକୁଦ, ବିଦ୍ୟାକ୍ଷେତ୍ରରେ ଓ କୃଷିକ୍ଷେତ୍ରରେ ମଧ୍ୟ ପ୍ରଶଂସା ପାଇବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ନୂଆ ସମ୍ପର୍କରେ ଉନ୍ନତି ହେବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ଆପ୍ରାଣ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!