ମେଷ:-ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବାସହ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କର୍କଟ:-ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରି ପାରନ୍ତି। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ଘରୋଇ କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ତୁଳା:-ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପରୀକ୍ଷା, ପ୍ରତିଯୋଗୀତା ସନ୍ତୋଷ ଜନକ ହେବ। ବ୍ୟବସାୟରେ ପ୍ରଚୁର ଲାଭହେବ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ହୋଇ ପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରେମ ପ୍ରସଙ୍ଗରେ ସଫଳତା ଓ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। ଶୁଭ ସମାଚାର ମିଳିବାସହ ନିଜଲୋକ ସାହାଯ୍ୟ କରିବେ। ଆୟ ଉପାର୍ଜନ ବୃଦ୍ଧି ପାଇବା ଫଳରେ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ପାରନ୍ତି। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ଧନୁ:-ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପରିବାରର ଉନ୍ନତି ହେବ। କାମକାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରି ପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରି ପାରିବେ ନାହିଁ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ନିଜେତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ। ଶାରୀରିକ ଅସୁସ୍ଥତା ଦୂରହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ଆୟ ଉପାର୍ଜନ ମଧ୍ୟମ ଧରଣର ହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।