ଦୈନିକ ରାଶିଫଳ: 20 ସେପ୍ଟେମ୍ବର 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସରକାରୀ କ୍ଷେତ୍ରରେ ସଫଳହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ପାରିବାରିକ ମାମଲା ବହୁତ ସହଜ ସରଳହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ। ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ପାଇବେ। ପରିବାରରେ ମତାନ୍ତର ମନାନ୍ତର ଦେଖା ଦେଇପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ପ୍ରିୟଜନଙ୍କସହ ମିଳନ ହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆର୍ଥିକ ସମସ୍ୟା ଦୂର ହୋଇ ଯିବ। ଉତ୍ତର ଦାୟିତ୍ୱ ବଢ଼ିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଉଚିତ୍ ପରାମର୍ଶ ପାଇ ବିଦ୍ୟାରେ ଉନ୍ନତି ହେବ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗି ପରୀକ୍ଷାର ପରିଣାମ ମନ ଅନୁକୂଳହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହୋଇପାରେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମ ସଂପର୍କରେ ସଂଯମତା ନରଖିଲେ ବିପଦରେ ପଡିବେ। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଶୁଭ ସମ୍ବାଦପାଇ ଖୁସିହେବେ। ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ଓ ବନ୍ଧୁ ସମାଗମ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପରିବାରରେ ମାନ ମନାନ୍ତର ଦୂର ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ନୂତନ ବସ୍ତୁ କ୍ରୟ କଲେ କ୍ଷତିରେ ପଡିବେ। ପେଟରେ ଗ୍ୟାସ ସମସ୍ୟା ହୋଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!