ମେଷ:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ମାଆବାପାଙ୍କ ଠାରୁ ସହଯୋଗ ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ସମସ୍ତ ବାଧାକୁ ଭ୍ରୂକ୍ଷେପ ନକରି ସଂଘର୍ଷ କରି ଆଗକୁ ବଢି ପାରିବେ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଛାତ୍ର ଛାତ୍ରୀମାନେ ଆଜି ଅଧ୍ୟୟନ ବିଷୟରେ ଠିକ୍ ନିଷ୍ପତ୍ତି ନେଇପାରିବେ। ଲୁହା ଏବଂ ଭାରୀ ଯନ୍ତ୍ର ସହିତ ଜଡିତ ଥିବା ଶିଳ୍ପଗୁଡିକରେ ଭଲ ଲାଭ ହୋଇପାରେ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।
ମିଥୁନ:-ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ।ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ କରିବାରେ ସହଜ ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ପ୍ରତିକାର- ଧଳାରୁମାଲ ଟିଏ ପାଖରେ ରଖନ୍ତୁ।
ସିଂହ:-ସରକାରୀ କାମରେ ସଫଳତା ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସିହେବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। କାରବାରର ସୀମା ବଢାଇବା ଫଳରେ ସନ୍ତୋଷ ଦେଖା ଦେବ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ତୁଳା:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଫଳରେ ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯାଇ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବା ଫଳରେ ଆଶାତୀତ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ବିଚ୍ଛା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ପିଲାମାନଙ୍କର ଭବିଷ୍ୟତ ବିଷୟରେ ଚିନ୍ତାକରି ଆନନ୍ଦିତ ହେବେ। ନିଜର ବୁଦ୍ଧିବଳ ଓ ଚତୁରତାର ସହ ଲକ୍ଷ୍ୟପ୍ରାପ୍ତିି ପାଇଁ ଅଗ୍ରସର ହେବେ। ଶତ୍ରୁ ଓ ବିରୋଧୀମାନେ ଭୟରେ ଆପଣଙ୍କ ପାଖରୁ ଦୂରେଇ ଯିବେ। ମାଲିମୋକଦ୍ଦମାରେ ଆଶାବାଦୀ ହେବେ। କ୍ରୋଧକୁ ନିୟନ୍ତ୍ରଣ କରିବା ସହ ବାଦବିବାଦର ସମାଧାନ କରିବାକୁ ଚେଷ୍ଟା କରନ୍ତୁ। ନତୁବା ନିଜର ଅପାରଗତା ପାଇଁ ଅର୍ଥ ଖର୍ଚ୍ଚ କରିବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମକର:-ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବାଦବିବାଦ, ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିଯୋଗିତା ପରୀକ୍ଷା, ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହୋଇ ସମ୍ମାନିତ ହେବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଛାତ୍ରଛାତ୍ରୀ ମାନଙ୍କର ସହପାଠୀ ମାନଙ୍କ ସହିତ ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
କୁମ୍ଭ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମୀନ:-ରାଜନୀତିରେ ଅନ୍ୟର ଉପକାରକରି ପ୍ରଶଂସିତ ହେବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।