ଦୈନିକ ରାଶିଫଳ: 21ଡିସେମ୍ବର 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମକ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ତମ ରୋଜଗାର କରି ପାରିବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଋଣ ମୁକ୍ତି ପାଇଁ ରାସ୍ତା ଦେଖା ଦେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ନିଜର ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ। ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କର୍କଟ:-ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସାମାଜିକ କାର୍ଯ୍ୟରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ରାଜନୀତି କ୍ଷେତ୍ରରେ ଆଦର୍ଶବାଦୀ ହେଲେବି ତଳସ୍ତରରେ ପ୍ରଶଂସିତ ହେବେ। ସାମ୍ବାଦିକ ମାନେ ଶୁଭ ସମାଚାର ପାଇବେ। ପ୍ରେମ କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ପରିବାରରେ ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ

ଧନୁ:-ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀ ହେବେ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି। ରାଜନୀତି କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ କାମରେ ସଫଳତା ପାଇବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଘରୋଇ କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!