ମେଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବାସହ ମାନସିକ ଶାନ୍ତି ପାଇବେ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତିର ସୂଚନା ପାଇବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ବୃଷ:-ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ବୈଜ୍ଞାନିକ ଓ ଚିକିତ୍ସକ ମାନେ ବିଶେଷ ଲାଭବାନ୍ ହେବେ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ ଧନ ଲାଭ ହେବାରୁ ମନ ଖୁସି ରହିବ ଓ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ହେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ଦୂରଯାତ୍ରାରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ସିଂହ:-ରାଜନୈତିକ କ୍ଷେତ୍ରରେ ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ଯେକୌଣସି ଯନ୍ତ୍ରଚାଳନା, ଯାନବାହନ ଓ ଜଙ୍ଗଲ ବିପଦ ସଙ୍କୁଳ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ସକ୍ରିୟ ହୋଇ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ପରିବାରରେ ବା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ। ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବାସହ ବାସଗୃହ ଜାଗା, ଜମି, ଗୃହପୋକରଣ କ୍ରୟ କରିପାରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ଧନୁ:-ଶତୃମାନେ ଦୂରେଇ ଯିବେ। ମାନସିକ ଶାନ୍ତି ମିଳିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ କରିପାରିବେ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ।ରାଜନୀତିରେ ଉନ୍ନତି ହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ମକର:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କୁମ୍ଭ:-ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ପାରିବାରିକ ଜୀବନରେ ଶାନ୍ତି ପାଇବା ସହ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ପ୍ରମୋଶନ ସୂଚନାପାଇ ଖୁସି ହେବେ ଓ କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଦୂରଯାତ୍ରାର ସୁଯୋଗ ପାଇବେ।ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।