ଦୈନିକ ରାଶିଫଳ: 21 ଅକ୍ଟୋବର 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ସାମାଜିକ ପତିଆରା ଅମଳିନ ରହିବ ଓ ଜନସେବା ଦ୍ଵାରା ସୁନାମପ୍ରାପ୍ତି ହେବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। କର୍ମକ୍ଷେତ୍ରରେ ନିଜର ଶକ୍ତି, ଉତ୍ସାହ ଓ ପ୍ରେରଣା ଭରପୁର ରହିବ। ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତରେ ଉତ୍ସାହିତ ହେବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ବନ୍ଧୁ, ମିତ୍ରଙ୍କ ସହଯୋଗରେ ରୋଜି-ରୋଜଗାରର ଉଚିତ୍ ସୁଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରୀରିକ ପୀଡା ଭୋଗି ପାରନ୍ତି। ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା ନ କରିଲେ ଭଲ। ଗୁପ୍ତ ଶତୃଙ୍କ ଦ୍ୱାରା ହଇରାଣ ଏବଂ ଅପଦସ୍ତ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତିରେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ। ପ୍ରତିକାର- ଧଳାରୁମାଲ ଟିଏ ପାଖରେ ରଖନ୍ତୁ।

ସିଂହ:-ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ଭାତୃ ବିବାଦ, ଜମି ବାଡ଼ି ଘର ଓ ଜାଗାନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ। ବାକିଥିବା ଅର୍ଥ ଆଦାୟ ହେବା ଫଳରେ ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କନ୍ୟା:-ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟୀମାନେ ସାଧୁ, ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଲେଖକ, ପତ୍ରକାର, ସଙ୍ଗୀତଜ୍ଞ, ଠିକାଦାର ଓ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବା ଫଳରେ ଅନେକ ଦିଗରୁ ଖୁସି ମିଳିବ। ଦୂରଯାତ୍ରାର ସୁଯୋଗ ମିଳିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ଉଚ୍ଚାଧିକାରୀ ମାନେ ପ୍ରସନ୍ନ ରହିବେ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟ ଠିକ୍ ରହିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଉନ୍ନତି ହେବାସହ ପ୍ରଶଂସା ମିଳିପାରେ। ରାଜନୈତିକ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବ୍ୟବସାୟରେ ଆଶାତୀତ ଲାଭହେବ। କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!