ମେଷ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂରେଇ ଯିବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପୁରାତନ ରୋଗର ଉପସମ ହେବାସହ ବନ୍ଧୁ ସମାଗମ ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ବୃଷ:-ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପରୀକ୍ଷା, ପ୍ରତିଯୋଗୀତା ସନ୍ତୋଷ ଜନକ ହେବ। ବ୍ୟବସାୟରେ ପ୍ରଚୁର ଲାଭହେବ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ହୋଇ ପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ଆୟ ଉପାର୍ଜନ ମଧ୍ୟମ ଧରଣର ହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ଶରୀର ସୁସ୍ଥ ରହିବା ସହ ଋଣରୁ ମୁକ୍ତି ମିଳି ପାରେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୀତିରେ ପ୍ରଶଂସିତ ହେବେ। ଶତୃମାନେ ଦୂରେଇ ଯିବେ। ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ। ମିଷ୍ଠାନ୍ନ ଭୋଜନ କରିବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।
ସିଂହ:-କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
କନ୍ୟା:-ଘରୋଇ କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବା ସହ ଆୟବୃଦ୍ଧି ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣା କଟିଯାଇ ପାରିବାରିକ ଜୀବନ ଆନନ୍ଦମୟ ହେବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଶତୃମାନେ ପରାଜିତ ହେବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଘରୋଇ କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ପଦୋନ୍ନତିର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସାମାଜିକ ସ୍ଥିତି, ମାନସମ୍ମାନ ଓ ଆତ୍ମ ବିଶ୍ୱାସ ବୃଦ୍ଧି ପାଇବ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯିବ ଓ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପୂରାତନ ରୋଗର ଉପଶମ ହୋଇ ପାରେ। ପ୍ରତିକାର- ନାଲି ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ଧନୁ:-ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମକର:-ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରି ପାରନ୍ତି। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ଘରୋଇ କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କୁମ୍ଭ:-ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପରିବାରର ଉନ୍ନତି ହେବ। କାମକାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରି ପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରି ପାରିବେ ନାହିଁ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ନିଜେତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ। ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ। ଶାରୀରିକ ଅସୁସ୍ଥତା ଦୂରହେବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।