ମେଷ:-ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସି, ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ବୃଷ:-ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଆକସ୍ମିକ ଅର୍ଥଲାଭ, ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଉପୁଜିବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଜମିବାଡି ନେଇ ଥିବା କେତେକ ସମସ୍ୟା ସମାଧାନ ହୋଇ ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ଶାରୀରିକ କଷ୍ଟ ଦୂରେଇ ଯିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। କୋର୍ଟକଚେରୀ ମାମଲାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଆର୍ଥିକ ସ୍ଥିତି ମଜଭୁତ ହେବ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ। ବିବାଦୀୟ କ୍ଷେତ୍ରରେ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଖୁସିହେବେ। ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ସାଧାରଣ ଦିନଚର୍ଯ୍ୟା ଅତୁଟ ରହିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ମକର:-ସମାଜ ସେବାକରି ସ୍ଵନାମ ଅର୍ଜନ କରିବେ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସୁଖସମ୍ପତ୍ତି ଲାଭ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ। ପ୍ରତିକାର- କଳା ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କୁମ୍ଭ:-ସ୍ଵାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବା ଯୋଗେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଜନ ସେବାରେ ପ୍ରଶଂସା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମୀନ:-ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।