ମେଷ:-କର୍ମଚାରୀମାନେ ସମ୍ମାନିତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହୋଇ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଆପଣ ବିଚାର କରିଥିବା କାର୍ଯ୍ୟ ଗୁଡିକୁ ଆରମ୍ଭ କରିବାକୁ ଚେଷ୍ଟା କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ବୃଷ:-ପ୍ରଶାସନସେବା ସଂବନ୍ଧିତ କାର୍ଯ୍ୟରେ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂରଣ ହୋଇ ଯିବ। ରୋଗ ଓ ଋଣର ଶୀକାର ହୋଇ ପାରନ୍ତି। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ:-କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ସମସ୍ତ ସମସ୍ୟା ଅପସରି ଯାଇ ଶତୃମାନେ ତଳମୁହାଁ ହେବେ। ସାମାଜିକ କାର୍ଯ୍ୟରେ ସଫଳ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିପତ୍ର କରି ପାରନ୍ତି। ଛାତ୍ର ଛାତ୍ରୀ ମାନଙ୍କର ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ। ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା କରି ପାରନ୍ତି। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଚାକିରୀ କ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ ହୋଇପାରେ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ପରାକ୍ରମ ବୃଦ୍ଧିପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ଶତୃମାନେ ଦୂରେଇ ଯିବା ଫଳରେ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସମସ୍ତ ଚିନ୍ତାରୁ ମୁକ୍ତି ପାଇବେ। ନିଜର ଯୋଗ୍ୟତା ଓ କ୍ଷମତାର ପ୍ରଭାବରେ ଅଧିକାରୀ ପ୍ରସନ୍ନ ରହିବେ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବିଚ୍ଛା:-ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଫଳରେ ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ି ପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରି କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ଧନୁ:-ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଦାମ୍ପତ୍ୟସୁଖରେ ସୁଖୀହେବା ସହ ଗୃହରେ ସୁଖଶାନ୍ତି ବିରାଜମାନ କରିବ। ରୋଗ ଓ ଋଣର ଶୀକାର ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଶିକ୍ଷା କ୍ଷେତ୍ରରେ ଅମନଯୋଗୀ, ଅଯଥାରେ ଶତୃବୃଦ୍ଧି, ଆର୍ଥିକ କ୍ଷେତ୍ରରେ ବିଫଳତା ଦେଖା ଦେବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ଗୁରୁଜନଙ୍କ ପରାମର୍ଶପାଇ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ବ୍ୟବସାୟରେ ମନ ଲଗେଇ କାମକଲେ ଭଲ ଲାଭହେବ। ଗୃହରେ ଥିବା କଳହ, ପତିପତ୍ନୀଙ୍କ ମଧ୍ୟରେ ମତଭେଦର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ଅନେକ ଶୁଭକର୍ମର ସୁଯୋଗ ପାଇବେ। ସକାରାତ୍ମକ ମନୋଭାବ ରହିବା ଫଳରେ ଯେ କୌଣସି କାର୍ଯ୍ୟରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇ ଯିବ। ଶୁଭ ସମାଚାର ପାଇ ପାରିବାରିକ କ୍ଷେତ୍ରରେ ଆନନ୍ଦର ଲହରୀ ଖେଳିଯିବ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ମନୋକାମନା ପୂରଣ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଭାତୃବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ନୂତନ ବ୍ୟବସାୟ ଦ୍ୱାରା ବିଶେଷ ଲାଭାନ୍ୱିତ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ଧନ ସଂଗ୍ରହ କରିବାର ଚେଷ୍ଟା ସଫଳ ହେବ। ଶତୃମାନଙ୍କୁ ମୁକାବିଲା କରିପାରିବେ ଓ ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।