ଦୈନିକ ରାଶିଫଳ: 21 ଜାନୁୟାରୀ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଘରର ଗୁରୁଜନ ବା ମାଆବାପାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସୁସମ୍ପର୍କ ରହିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି।ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଛାତ୍ରଛାତ୍ରୀମାନେ ପଢାପଢିରେ ମନଯୋଗ ଦେବେ। ଶତୃ ଓ ବିରୋଧୀମାନେ ଦୂରେଇଯିବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବା ସହ ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ମାନସିକ ଅଶାନ୍ତି ଦୂର ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆଶାତୀତ ଲାଭ ହେବ। ଶୁଭ ସମାଚାର ଶୁଣି ପରିବାରରେ ଶାନ୍ତି ଆସିବ। ନୂତନ ବନ୍ଧୁଙ୍କ ଦ୍ଵାରା ବିତିଯାଇଥିବା ମାମଲାର ସମାଧାନ ହୋଇ ପରିଶ୍ରମ ଫଳରେ ଉନ୍ନତି ହେବ। ପ୍ରେମପ୍ରସଙ୍ଗରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। ଯେ କୌଣସି କାର୍ଯ୍ୟରେ ସଫଳତା ପାଇବେ। ଦାମ୍ପତ୍ୟ ସୁଖରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ହେବ। ଅଧ୍ୟୟନ ଅଧ୍ୟାପନା ଅନୁସନ୍ଧାନ କାର୍ଯ୍ୟରେ ବ୍ୟସ୍ତ ରହିବେ। ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ କିଛିଅର୍ଥ ଲାଭ ହେବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ଯଶମାନ ପ୍ରତିଷ୍ଠା ଲାଭ, ନୂତନ ବାହନ, ଗୃହ ଆଦି ଲାଭ ହୋଇପାରେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସୁସ୍ଵାଦୁ ଖାଦ୍ୟ ଖାଇବାକୁ ପାଇବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଛାତ୍ରଛାତ୍ରୀ ମାନଙ୍କର ବନ୍ଧୁତ୍ଵ ବୃଦ୍ଧି ପାଇବ। ଶତ୍ରୁବାଧା ଦୂରେଇ ଯିବ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସନ୍ତାନର ଉଚ୍ଚଶିକ୍ଷା ପାଇଁ ଚେଷ୍ଟା କରିବାକୁ ପଡ଼ିବ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯାଇ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି।ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସାଧାରଣ କର୍ମଚାରୀଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଯୋଜନା ମୁତାବକ କାର୍ଯ୍ୟ କଲେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠା ପାଳନ କରିବେ। ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବା ସହ ଋଣ ଭରଣାରେ ସହଜ ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରଟି ସୁଦୃଢ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!