ଦୈନିକ ରାଶିଫଳ: 21 ଜୁନ୍ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ବରିଷ୍ଠ କର୍ମୀ, ସହକର୍ମୀ ଓ ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ଵାସ୍ଥ୍ୟରେ ସୁଧାର ହେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ।କେତେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ଶୁଭ ସମାଚାର ଶୁଣି ପରିବାରରେ ଶାନ୍ତି ଆସିବ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ନୂତନ ବନ୍ଧୁଙ୍କ ଦ୍ଵାରା ବିତିଯାଇଥିବା ମାମଲାର ସମାଧାନ ହୋଇ ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ସନ୍ତାନର ଉଚ୍ଚଶିକ୍ଷା ପାଇଁ ଚେଷ୍ଟା କରିବାକୁ ପଡ଼ିବ। ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ କିଛିଅର୍ଥ ଲାଭ ହେବ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ଛାତ୍ରଛାତ୍ରୀ ମାନଙ୍କର ସହପାଠୀଙ୍କ ସହ ବନ୍ଧୁତ୍ଵ ବୃଦ୍ଧି ପାଇବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ। ଏକାଥରକେ ଅନେକ କାମ କରିବାକୁ ପଡିବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହୋଇ ପାରନ୍ତି। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହୀ ହେବେ। ଆର୍ଥିକ ଦିଗରୁ ସୁବିଧା ପାଇବେ। ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଦୟାଳୁ ପ୍ରବୃତି ଜାଗ୍ରତ ହେବା ଫଳରେ ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେଇ ଆର୍ଥିକ ସଙ୍କଟ ଦୂରେଇ ହେବ। ସନ୍ତାନ ସୁଖରେ ସୁଖୀ ହେବେ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଶତୃଙ୍କ ସହିତ ମୁକାବିଲା କରି ପାରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ପାଇ ସୁଖଶାନ୍ତି ବିରାଜମାନ କରିବ। ଅଧ୍ୟୟନ, ଅନୁସନ୍ଧାନ, ଶୋଧ, ଲେଖନ ଆଦି କାର୍ଯ୍ୟରେ ପ୍ରଶଂସିତ ହେବେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହା ଆଗକୁ ବଢିବାରେ ସହାୟତା ମିଳିବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ, କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ଶତୃ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ। ବ୍ୟାପାର ଓ କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ଉଚ୍ଚ ପ୍ରଶଂସିତ ହେବେ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ପାରିବାରିକ ସ୍ତରରେ ସୁଖ ଶାନ୍ତିରେ ଦିନଟି କଟାଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ପ୍ରତିକାର-କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟ ଭଲ ରହିବା ସହ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ପୁରାତନ ଶତୃମାନେ ଦୂରେଇ ଯିବେ। କୌଣସି ଶୁଭ ସମାଚାର ଶୁଣିବେ। ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ। ଛାତ୍ରଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମୀନ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବକ୍ତବ୍ୟ ପ୍ରଭାବ ଫଳରେ ପରାକ୍ରମ ବୃଦ୍ଧି ପାଇବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ପୁରୁଣା ନିବେଶ ଲାଭ ଦେବ। ନୂତନ ବ୍ୟବସାୟ ଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ଆର୍ଥିକସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ ଓ ଋଣ ଭାରରୁ ମୁକ୍ତି ପାଇବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!