ଦୈନିକ ରାଶିଫଳ: 21 ଜୁଲାଇ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ହେବ ଆର୍ଥିକ ସମସ୍ଯା ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବା ସହ ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ନାନା ବାଟରେ ଧନାଗମ ଘଟିବା ଫଳରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ। ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବା ଫଳରେ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ପାରିବାରିକ ଜୀବନ ସୁଖରେ କାଟିବେ। ଯାତ୍ରା ଫଳରେ ଉତ୍ସାହିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ। ଆର୍ଥିକ ସାହାଯ୍ୟ ପାଇବା ଦ୍ଵାରା ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ଲାଭବାନ ହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପରିବାର ଭିତରେ ଜଗିରଖି ନ ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ମନ ବିଚଳିତ ରହିବ। ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢିପାରିବେ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପରକଥାରେ ପଡି ବନ୍ଧୁଙ୍କସହ କଳହ ସୃଷ୍ଟି ହୋଇପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବିବେକ ବୁଦ୍ଧିବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ପାରିବାରି କ ଜୀବନ ଆନନ୍ଦରେ କଟିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ତୁଳା:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ଭ୍ରମଣ ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ ଓ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ।ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହୋଇ ପାରନ୍ତି। ବିଦ୍ୟାରେ କ୍ଷେତ୍ରରେ ମନ ଲାଗିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପରକଥାରେ ପଡି ବନ୍ଧୁଙ୍କସହ କଳହ ସୃଷ୍ଟି ହୋଇପାରେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଦୂରେଇ ଯିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ। ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ସମାଜ ସେବା, ଧାର୍ମିକ ଅନୁଷ୍ଠାନ ରେ ଯୋଗଦେଇ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଓ ପ୍ରଶଂସା ପାଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଘରର କୌଣସି ନୂତନ ବସ୍ତୁ କ୍ରୟ କରି ପାରିବେ। କୌଣସିଠାରୁ ଶୁଭ ସମାଚାର ଶୁଣି ମନ ଉତ୍ସୁକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷାକରି ପାରିବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!