ଦୈନିକ ରାଶିଫଳ: 21 ଡିସେମ୍ବର 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶିକ୍ଷାକ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରଭାବଶାଳୀ ବକ୍ତବ୍ୟ ଫଳରେ ସାଧାରଣ ଲୋକଙ୍କ ସହ ସମ୍ପର୍କ ଗଠନ ହୋଇପାରେ। ପିଲାମାନଙ୍କର ଭବିଷ୍ୟତ ବିଷୟରେ କିଛି ଚିନ୍ତା କରି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:- ସହକର୍ମୀମାନେ କାମର ପ୍ରଶଂସା କରିବେ। ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ଯେକୌଣସି କାର୍ଯ୍ୟରେ ହାତ ଦେବେ ତାହା ସଫଳ ହେବ। ବନ୍ଧୁ ଓ ପଡୋଶୀଙ୍କ ସହିତ ମିଳନ ହୋଇ ଗହଣା, ବସ୍ତ୍ର ଓ ଅନ୍ୟ ସାମଗ୍ରୀ ଉପହାର ମିଳି ପାରେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ସାମାଜିକ କାର୍ଯ୍ୟକଳାପରେ ଅଂଶଗ୍ରହଣ କରିବେ। ଟଙ୍କା ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇପାରିବ। ପ୍ରିୟଜନଙ୍କ ସମ୍ବନ୍ଧରେ କିଛି ଭଲ ସୂଚନା ପାଇ ଆନନ୍ଦିତ ହେବେ। ଅଧିକାରୀମାନେ ଆପଣଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟ ହୋଇ ପ୍ରଶଂସା କରିପାରନ୍ତି। ପିଲାମାନେ ଆପଣଙ୍କ ଆଦେଶ ପାଳନ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ। ଚାକିରି ବଦଳାଇବାର ସୁଯୋଗ ଆସିପାରେ। ପାରିବାରିକ ଜୀବନରେ କିଛି ମତଭେଦ ଥିଲେ ସମାଧାନ ହୋଇପାରେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟ ବୃଦ୍ଧି ପାଇ ଲାଭାଂଶ ଉପରେ ସୁ ପ୍ରଭାବ ପଡିବ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ ଜୀବନରେ ସ୍ଵାମୀସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ। ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସାଂସାରିକ ଜୀବନ ସୁଖମୟ ହେବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଧନୁ:-ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ। ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ଦୂରଯାତ୍ରା ପାଇଁ ସୁଯୋଗ ଆସିପାରେ। ମାନସିକ ଚିନ୍ତା ଦୂର ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରିପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସନ୍ତାନ ମାନଙ୍କ ବିଷୟରେ ଶୁଭ ସମାଚାର ଶୁଣିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରଟି ସୁଦୃଢ ହେବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବନ୍ଧୁମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ମୀନ:-ସ୍ୱାସ୍ଥ୍ୟ ଭଲ ରହିବ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ସଙ୍ଗୀତ ଓ କଳାରେ ସୁନାମ ଅର୍ଜନ କରିବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!