ଦୈନିକ ରାଶିଫଳ: 21 ନଭେମ୍ବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସୁଯୋଗ ପାଇବା ଯୋଗେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ସାମାଜିକ କାମରେ ପ୍ରଶଂସା ମିଳିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟ ବୃଦ୍ଧି ପାଇବା ସହ ଲାଭାଂଶ ଉପରେ ସୁପ୍ରଭାବ ପଡିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମିଥୁନ:-ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ବେସାହାରା ମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖଶାନ୍ତି ହାନିହେବା ସହ ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହୋଇ ପାରେ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ପରଧନ ଭୋଗ କରିବାର ଲାଳସା ଜାଗ୍ରତ ହୋଇ ପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ। ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିପାରେ। ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ। ଉଚ୍ଚଆଶା ସଫଳ ହେବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କନ୍ୟା:-ବୁଦ୍ଧିମତା ଓ ଚତୁରତା ଯୋଗେ ସାଂସାରିକ ମହତ୍ଵ କାମ ତୁଲେଇ ପାରିବେ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଜଣେ ପୁରୁଣା ମିତ୍ର ଅଚାନକ ଭାବେ ଦେଖା ହେବେ, ଯାହା ଦ୍ଵାରା ପୁରୁଣା କଥା ମନେ ପଡି ପ୍ରସନ୍ନ ହୋଇଯିବେ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ବ୍ୟାପାର ଓ କାରବାରରେ ସୁଧାର ହେବ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ନିର୍ମାଣମୂଳକ ଯୋଜନାରେ ଆଗେଇବେ ଓ ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଆତ୍ମୀୟଙ୍କ ସମ୍ବନ୍ଧୀତ ଚିନ୍ତା ଦୂର ହୋଇ ପାରିବାରିକ ଜୀବନ ଆନନ୍ଦରେ କଟିବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବା ସହ ଆର୍ଥିକ ଲାଭ ହେବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ବିରୋଧୀମାନେ କରିଥିବା ଷଡଯନ୍ତ୍ରରୁ ମୁକୁଳି ପାରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ନିଜର ଧ୍ୟାନ ଲକ୍ଷ ଉପରେ କେନ୍ଦ୍ରିତ କରିବେ। ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କ ରହିବା ଉଚିତ୍। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ଵାସ୍ଥ୍ୟରେ ସୁଧାର ହେବ। ସନ୍ତାନର ଭବିଷ୍ୟତ ପାଇଁ ଯେଉଁ କାମକୁ କରିବା ପାଇଁ ଚିନ୍ତା ବା ବିଚାର କରୁଥିଲେ ତାହା ସମ୍ପନ୍ନ କରି ପାରିବେ। ଗଣମାନ୍ୟ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାର ରେ ନିଜରପଦ ଗରିମା ବଜାୟ ରହିବ। କୃଷିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ଲାଭବାନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-କାମକାର୍ଯ୍ୟର ସ୍ଥିତି ଠିକ୍ ରହିବ। ପ୍ରତିଯୋଗୀତା ପରୀକ୍ଷାରେ ସଫଳତା ମିଳିବ। କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ରାଜନୈତିକ କ୍ଷେତ୍ରରେ ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ। ପରିବାର ଓ କୁଟୁମ୍ବରେ ସମୟ ଦେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ମିତ୍ର ଆପଣଙ୍କ ପ୍ରତି ପ୍ରଭାବିତ ରହିବେ, ତାଙ୍କ ଦ୍ଵାରା ଅଟକିଥିବା କାମ ହାସଲ କରି ପାରିବେ। ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇ ପାରିବେ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ। ପୁରୁଣା ମିତ୍ର ଅଚାନକ ଭାବେ ଦେଖା ହେବା ଦ୍ଵାରା ପୁରୁଣା କଥା ମନେ ପଡି ପ୍ରସନ୍ନ ହୋଇ ଯିବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। ପ୍ରତିକାର- ଦ୍ରୁଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଲୋକମାନେ ଆପଣଙ୍କ ସଚ୍ଚୋଟ ଓ ସରଳତା ଭାବର ଫାଇଦା ଉଠେଇବେ। ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ, କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତହେଲେ ଦୃଢୀଭୂତ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!