ଦୈନିକ ରାଶିଫଳ: 21 ଫେବୃୟାରି 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ବାଣିଜ୍ୟ ବ୍ୟାପାର ମାମଲାରେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ। ବେସାହାରା ମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟରେ ଆଶାତୀତ ଲାଭପାଇ ଲକ୍ଷ ହାସଲ କରିବାରେ ସମର୍ଥ ହେବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଯୋଗେ ମନ ଖୁସି ରହିବ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ।ବନ୍ଧୁ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ପ୍ରେମକ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। କେତେକ କ୍ଷେତ୍ରରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ଶିକ୍ଷାର୍ଥୀମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ।ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ। ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳ, ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରି ପାରିବେ। ବିଦ୍ୟା ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ପାରିବାରିକ ଦ୍ଵନ୍ଦର ଅବସାନ ଘଟି ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସାମାଜିକ କଲ୍ୟାଣ କାମରେ ସହଯୋଗ କରି ପ୍ରଶଂସିତ ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଯୋଗାଯୋଗ କରି ପାରନ୍ତି। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ଘଟଣାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଛାତ୍ରଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରେମକ୍ଷେତ୍ରରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ବାଦବିବାଦ କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!