ଦୈନିକ ରାଶିଫଳ: 21 ମଇ 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଯୁବକ ଓ ଯୁବତୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ଯୁବକ ଓ ଯୁବତୀ ମାନେ ସହଜ ସରଳରେ କର୍ମନିଯୁକ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ କରି ପ୍ରଶଂସା ପାଇବେ। ଛାତ୍ରଛାତ୍ରୀମାନେ ଆଶା କରୁଥିବା ଫଳ ପାଇବା ଉପରେ ବିଶ୍ବାସ ରଖିବା ଉଚିତ୍। କର୍ମକ୍ଷେତ୍ରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ପାଇବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷାକରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଆଶାତୀତ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଯୁବକ ଯୁବତୀମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ଶୁଭ ସୂଚନା ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଆୟ ଉପାର୍ଜନରେ ବାଧା ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଛାତ୍ର-ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ଉଚିତ୍ ପନ୍ଥା ଗ୍ରହଣ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାସହ ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଯୋଜନା ମୁତାବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ରାଜନୀତି କ୍ଷେତ୍ରରେ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରି ପାରନ୍ତି। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ରାଜନୀତି କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ।ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ।ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ଦୂରେଇ ଯିବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିପାରେ। ଦୂର ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳ ଅନୁଭବ କରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରି କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!