ମେଷ:-କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ଓ ଲାଭର ପରିମାଣ ଅଧିକ ହେବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ପାଇ ଉଚ୍ଚପ୍ରଶଂସିତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବୃଷ:-ସମସ୍ତ ଚିନ୍ତା ଦୂର ହୋଇ ମାନସିକ ଶାନ୍ତି ପାଇବେ। ସାମାନ୍ୟ ପରିଶ୍ରମ କଲେ ଅଧିକଧନ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସୁଧାରି ନେଇ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। କର୍ମକ୍ଷେତ୍ରରେ ନୂତନ ଜାଗାର ନିମନ୍ତ୍ରଣ ଆସିବ। କେତେକକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ। ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଅଚାନକ ଉନ୍ନତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କର୍କଟ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ଆଶାତୀତ ଲାଭପାଇ ମନ ଖୁସି ରହିବ। ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ନୂତନ ଗୃହସୁଖ ମିଳିବ। ଯାନବାହନ ସୁଖ ମିଳିବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ମଉଜ ମସ୍ତିରେ ସମୟ କଟିପାରେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସାମାଜିକ ସ୍ଥିତି, ମାନସମ୍ମାନ ଓ ଆତ୍ମ ବିଶ୍ୱାସ ବୃଦ୍ଧି ପାଇବ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯିବ ଓ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପୂରାତନ ରୋଗର ଉପଶମ ହୋଇ ପାରେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ତୁଳା:-ସାମାଜିକ ପତିଆରା ଅମଳିନ ରହିବ। ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। କର୍ମକ୍ଷେତ୍ରରେ ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
ଧନୁ:-ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ପରିବାରରେ କଳହର ଅବସାନ ହେବ। ବନ୍ଧୁଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। କାର୍ଯ୍ୟ କ୍ଷେତ୍ରରେ ଅବହେଳା କରନ୍ତୁ ନାହିଁ କି ଛୋଟ ଛୋଟ ଜିନିଷକୁ ଅବହେଳା କରନ୍ତୁ ନାହିଁ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମକର:-ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ଶରୀର ସୁସ୍ଥ ରହିବା ସହ ଋଣରୁ ମୁକ୍ତି ମିଳି ପାରେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ରାଜନୀତିରେ ପ୍ରଶଂସିତ ହେବେ। ଶତୃମାନେ ଦୂରେଇ ଯିବେ। ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ। ମିଷ୍ଠାନ୍ନ ଭୋଜନ କରିବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।
କୁମ୍ଭ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଘରୋଇ କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବା ସହ ଆୟବୃଦ୍ଧି ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣା କଟିଯାଇ ପାରିବାରିକ ଜୀବନ ଆନନ୍ଦମୟ ହେବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ଶତୃମାନେ ପରାଜିତ ହେବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଘରୋଇ କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ପଦୋନ୍ନତିର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।