ଦୈନିକ ରାଶିଫଳ: 21 ସେପ୍ଟେମ୍ବର 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ସାଧାରଣ ଲୋକମାନଙ୍କୁ ସାହାଯ୍ୟ କରିବା ଫଳରେ ସମ୍ମାନୀତ ହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବନ୍ଧୁ ବାନ୍ଧବଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶିକ୍ଷା କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ଉପକୃତ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ତୁଳା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କର୍ମଚାରୀଙ୍କର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ।ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବା ଫଳରେ କର୍ମକ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ମାନସିକ ବୌଦ୍ଧିକ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ସମୟ ପ୍ରତିକୂଳ ଯୋଗେ କାର୍ଯ୍ୟ ପୁରଣରେ ବିଳମ୍ବ ହୋଇପାରେ। ପ୍ରେମିକ ପ୍ରେମିକାମାନେ ମନୋ ରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି। ପ୍ରତିକାର-ଦ୍ରୁଷ୍ଟିହୀନ, ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବାସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧିହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବିଭାଗୀୟ ପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମ ନିଯୁକ୍ତିରେ ସଫଳତା ପାଇ ପାରନ୍ତି। କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶୁଭ ସମାଚାର ମିଳିବା ସହ ନିଜଲୋକ ସାହାଯ୍ୟ କରିବେ। ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ରୋଗରୁ ଉପସମ ମିଳିବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!