ମେଷ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ଭବିଷ୍ୟତ ବିଷୟରେ ଚିନ୍ତା ଦୂର ହେବା ସହ ଅଟକି ଯାଇଥିବା ଟଙ୍କା ପାଇ ପାରିବେ। ଅନ୍ୟମାନଙ୍କୁ କଦାପି ଅଯଥା ପରାମର୍ଶ ଦିଅନ୍ତୁ ନାହିଁ। ଅଫିସରେ ସହକର୍ମୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖନ୍ତୁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ଭବିଷ୍ୟତ ବିଷୟରେ ଚିନ୍ତା ଦୂର ହେବା ସହ ଅଟକି ଯାଇଥିବା ଟଙ୍କା ପାଇ ପାରିବେ। ଅନ୍ୟମାନଙ୍କୁ କଦାପି ଅଯଥା ପରାମର୍ଶ ଦିଅନ୍ତୁ ନାହିଁ। ଅଫିସରେ ସହକର୍ମୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖନ୍ତୁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ଶିକ୍ଷାର୍ଥୀମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ। ବେସାହାରା ମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କର୍କଟ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରେମକ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ସାମାଜିକ କଲ୍ୟାଣ କାମରେ ସହଯୋଗ କରି ପ୍ରଶଂସିତ ହେବେ। କେତେକ କ୍ଷେତ୍ରରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ବାଣିଜ୍ୟ ବ୍ୟାପାର ମାମଲାରେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ଭୌତିକ ସୁଖସୁବିଧା ସାଧନର ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ଆନନ୍ଦଦାୟକ ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଲୋକମାନେ ଆପଣଙ୍କ ବ୍ୟକ୍ତିତ୍ୱ ଦ୍ୱାରା ଆକର୍ଷିତ ହେବେ। ଶିକ୍ଷାର୍ଥୀ ମାନେ ସେମାନଙ୍କର ତ୍ରୁଟିର ମୂଲ୍ୟାଙ୍କନ କରି ସଜାଗ ହୋଇଯିବେ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ବିଚ୍ଛା:-ପ୍ରିୟଜନମାନେ ନିକଟତର ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଯୋଗ୍ୟତା ଦକ୍ଷତା ଓ ପାରଦର୍ଶିତା ଯୋଗେ ପ୍ରତିଦ୍ୱନ୍ଦ୍ୱୀ ମାନଙ୍କ ଉପରେ ବିଜୟୀ ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳହେବେ। ଦାମ୍ପତ୍ୟ ଜୀବନ ଅତ୍ୟନ୍ତ ଆନନ୍ଦଦାୟକ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ଧନୁ:-ନୂତନ ବ୍ୟବସାୟ ଆରମ୍ଭ କଲେ ଭଲଲାଭ ହେବାସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ମଧ୍ୟଅଛି। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ଦୂରଯାତ୍ରାରେ ସଫଳ ହେବେ। ସ୍ୱାସ୍ଥ୍ୟରେଉନ୍ନତି, ଆର୍ଥିକଦିଗରୁ ସୁବିଧା ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ଅବସାନ ହେବ। ଧର୍ମକାର୍ଯ୍ୟରେ ମତି ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ବିବାହ ସମ୍ବନ୍ଧ ସ୍ଥିର ହୋଇପାରେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
କୁମ୍ଭ:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ମୀନ:-ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀହେବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।