ଦୈନିକ ରାଶିଫଳ: 22 ଅକ୍ଟୋବର 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ସାମାଜିକ ପତିଆରା ଅମଳିନ ରହିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ି ପାରେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ରାଜନୀତିରେ ଉନ୍ନତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଆୟ ଅପରିବର୍ତ୍ତିତ ରହିଲେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ।କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆପଣାର ଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଧନ ଲାଭ ହେବାରୁ ମନ ଖୁସି ରହିବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଯଶମାନ ବୃଦ୍ଧିହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ।ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟରେ ସୁଧାର ଆସିବ। ସବୁଥିରେ ସଫଳତା ମିଳିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!