ମେଷ:-ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପ୍ରେମ ପ୍ରସଙ୍ଗରେ ସଫଳତା ଓ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। ଶୁଭ ସମାଚାର ମିଳିବାସହ ନିଜଲୋକ ସାହାଯ୍ୟ କରିବେ। ଆୟ ଉପାର୍ଜନ ବୃଦ୍ଧି ପାଇବା ଫଳରେ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ପାରନ୍ତି। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉନ୍ନତି ଓ ଶାନ୍ତି ପାଇବା ସହ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ମିଥୁନ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହୋଇ ଆଶାଜନକ ଫଳ ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
କର୍କଟ:-ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଭାତୃବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଅଧିକ ଲାଭାନ୍ଵିତ ହେବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବ୍ୟବସାୟରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କନ୍ୟା:-ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବାସହ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ତୁଳା:-ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରାୟକାର୍ଯ୍ୟ ପୂରଣ ହେବା ସହ ଆୟ ବୃଦ୍ଧିହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପରାକ୍ରମ ବଢିବ ଓ ଅଚାନକ ଭାବରେ ଦୂରଯାତ୍ରା କରି ପାରନ୍ତି। ଶିଳ୍ପବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ବିଚ୍ଛା:-ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖା ଦେବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଯୁବକ ଯୁବତୀ ମାନଙ୍କର ଉତ୍ତରଦାୟିତ୍ୱ ବଢ଼ିବ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ଆକସ୍ମିକ ଧନ ପ୍ରାପ୍ତି ହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବାଧା ଦୂରେଇ ଯିବ। କର୍ମକ୍ଷେତ୍ରରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ବିଶେଷ ଲାଭବାନ ହେବେ।ଆୟବୃଦ୍ଧି ହେବାସହ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ମକର:-ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦର ସମାଧାନ କରି ପାରିବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଅଧସ୍ତନକର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ବିଦ୍ୟାରେ ଉନ୍ନତି କରିବେ। ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କଲେ ସୁଖ ଶାନ୍ତିରେ ଦିନଟି କଟାଇବେ। ରାଜନୀତି କ୍ଷେତ୍ରରେ ସାଧାରଣ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।