ଦୈନିକ ରାଶିଫଳ: 22 ଅପ୍ରେଲ 2025, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ପରିବାରରେ ଅର୍ଥବ୍ୟବସ୍ଥା ପୂର୍ଣ୍ଣ ରୂପରେ ସଞ୍ଚାଳିତ ହେବ। ଅଚାନକ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ଭାଇଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସଂଘର୍ଷ ଦ୍ଵାରା ସଫଳତା ମିଳିବ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ ଓ ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇ ଉଚିତ୍ ଲାଭ ପାଇବେ। ବୁଦ୍ଧିମତା କାରଣରୁ ଶତୃମାନଙ୍କୁ ପରାସ୍ତ କରି ସମସ୍ତ କ୍ଷେତ୍ରରେ ସଫଳତା ପାଇବେ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ କିଛି ସମସ୍ୟା ଉପୁଜିବାସହ ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେବେ। କର୍ମକ୍ଷେତ୍ରର ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇଯିବ। ଭାଗୀଦାର ବ୍ୟବସାୟରେ ବାଦବିବାଦ, ଝଗଡାଝାଣ୍ଟି ମୁଣ୍ଡ ଟେକିପାରେ। ଅନାବଶ୍ୟକ ଧାଁଦୌଡ଼ କରିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ସାମାଜିକ କ୍ଷେତ୍ରରେ ମାନସମ୍ମାନ, ଯଶ ପ୍ରତିଷ୍ଠା ବଢିବ। ବ୍ୟବସାୟରେ ଉନ୍ନତି ହେବ। ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ଲୋକପ୍ରିୟତା ହାସଲ କରି ପାରିବେ। ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ। ଶିକ୍ଷା କ୍ଷେତ୍ରରେ ଅମନଯୋଗୀ, ଅଯଥାରେ ଶତୃବୃଦ୍ଧି, ଆର୍ଥିକ କ୍ଷେତ୍ରରେ ବିଫଳତା ଦେଖା ଦେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ଓ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ବ୍ୟବସାୟରେ ଆର୍ଥିକସ୍ଥିତି ସୁଦୃଢ଼ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ଧନୁ:-ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଆଧ୍ୟାତ୍ମିକ ଓ ବୌଦ୍ଧିକ ଭାବନାରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ ଓ ନୂତନବନ୍ଧୁଙ୍କ ଆଗମନ ହେବ। ଭ୍ରାତୃ ବିବାଦ ଓ ପଡୋଶୀ କଳହର ସମାଧାନ ହୋଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସହକର୍ମୀ ମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ। ଶରୀର ଭଲ ରହିବ ଓ ନୂତନ କର୍ମପ୍ରାପ୍ତି। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ। ବ୍ୟବସାୟ ସମ୍ବନ୍ଧୀୟ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଧନ ସମ୍ପତ୍ତି ପ୍ରାପ୍ତି ହେବ। ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!