ଦୈନିକ ରାଶିଫଳ: 22 ଜାନୁୟାରୀ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗରେ ମାନସିକ ଶାନ୍ତି ମିଳିବ। ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି। ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧିହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃଙ୍କ ସହିତ ମୁକାବିଲା କରି ପାରିବେ। ଦୟାଳୁ ପ୍ରବୃତି ଜାଗ୍ରତ ହେବା ଫଳରେ ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବେ। ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ।ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ ସନ୍ତୋଷ ହେବେ। ପରିବାରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବା ପାଇଁ ମନ ବଳାଇବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମରେ ଉନ୍ନତି ସହିତ ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ ମେଣ୍ଟିଯିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଶୁଭ ସମାଚାର ପାଇ ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅଚାନକ ଧନ ଲାଭ ହେବା ଯୋଗେ ଆର୍ଥିକ ସଙ୍କଟ ଦୂରେଇ ଯିବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ମନ ଲଗାଇ କାର୍ଯ୍ୟ କରି ଆଗକୁ ବଢିବେ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି। ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ ଭାରସାମ୍ୟ ଠିକ୍ ରହି ନପାରେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ରାଜନୈତିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବା ଫଳରେ ପଦପଦବୀ ଲାଭ ହୋଇ ପାରେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ବାଦବିବାଦ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ପାଇବା ସହ ଅଟକିଥିବା କାର୍ଯ୍ୟ ସହଜ ସରଳରେ ପୂରଣ କରି ପାରିବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରି ନିଜ ପରିଶ୍ରମରେ ସଫଳତା ପାଇବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-କର୍ମ କ୍ଷେତ୍ରରେ କଠିନ ପରିଶ୍ରମ କରି ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ଲୋକମାନଙ୍କ ସହିତ ମିଳିମିଶି କାମ କରି ପାରିବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ନାନାବିଧ ସୁଯୋଗ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ନିଜ ଆଚାର ବ୍ୟବହାରର ପରି ବର୍ତ୍ତନ କରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!