ଦୈନିକ ରାଶିଫଳ: 22 ଜାନୁୟାରୀ 2025, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶରୀର ସୁସ୍ଥ ରହିବା ସହ ଦାମ୍ପତ୍ୟ ଜୀବନରେ ସୁଖ ବୃଦ୍ଧିହେବ। କାରବାରରେ ସୁଧାର ଆସିବା ଯୋଗେ ମାନସିକ ଶାନ୍ତି ମିଳିବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନ କର୍ମରେ ନିଯୁକ୍ତିପାଇବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବା ଫଳରେ ହସ ଖୁସିରେ ସମୟ ବିତେଇବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ କଳା ସଙ୍ଗୀତ କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ ଆଳସ୍ୟଭାବ ଦୂରେଇ ଯିବ। ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ପ୍ରେମୀପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ।

ମିଥୁନ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। କର୍ମଚାରୀମାନେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଯଶ କୀର୍ତ୍ତିରେ ଉନ୍ନତି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଆଜି ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ପାଇବେ। କିନ୍ତୁ ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ ଓ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବ୍ୟବସାୟ ପାଇଁ କରିଥିବା ଯୋଗାଯୋଗ କ୍ଷେତ୍ରରୁ ଶୁଭ ସମ୍ବାଦ ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ।

କନ୍ୟା:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରିବାର ସଦସ୍ୟଙ୍କ ସହିତ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଟେକ୍ନିକାଲ୍‌ ବିଷୟ ଉପରେ ନିଜର ଜ୍ଞାନ ବଢ଼ାଇବାକୁ ଚେଷ୍ଟା କରିବେ। ଲୋକମାନେ ତୁମର କଥାକୁ ମନଧ୍ୟାନ ଦେଇ ଶୁଣିବେ। ହଜିଯାଇଥିବା ଜିନିଷ ମିଳିଯିବ। ପ୍ରେମ ସମ୍ପର୍କରେ ଭୁଲ୍‌ ବୁଝାମଣାର ସମାଧାନ ହୋଇପାରେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ତୁଳା:-ଶାରୀରିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁମିତ୍ରଙ୍କ ଆର୍ଥିକ ସହାୟତାରେ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ ଓ ସୁଖ ସମୃଦ୍ଧି ବୃଦ୍ଧିହେବ। ଆୟ ଊତ୍ତମ ସ୍ଥଳେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଖୁସି ହେବେ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ଆଗକୁ ବଢ଼ି ପାରିବେ। କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ସମସ୍ତ ଜରୁରୀ କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦିତ କରି ପାରିବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ଜାଗାଜମି, ଗୃହ ବାହନ ଜନିତ ସମସ୍ୟାର ସମାଧାନ କରି ପାରିବେ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ କରଜର ମାତ୍ରା ହ୍ରାସ ପାଇବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ହଳଦିଆ ରୁମାଲ ଟିଏ ପାଖରେ ରଖନ୍ତୁ।

ମକର:-ସାମାଜିକ କାର୍ଯ୍ୟରେ ସଫଳତା ପାଇବା ସହ ଶରୀର ସୁସ୍ଥ ରହିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭ୍ରାତୃବିବାଦ, ପଡ଼ୋଶୀ କଳହର ସମାଧାନ ହୋଇ ପାରିବ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ।

କୁମ୍ଭ:-ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ପାଇପାରେ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମୀନ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ଆନନ୍ଦିତ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!