ମେଷ:-ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ। ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ। କର୍ମଚାରୀମାନଙ୍କର ପଦୋନ୍ନତି ସହ ସ୍ଥାନାନ୍ତର ଯୋଗ ଅଛି। ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେବେ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ ପୂର୍ବ କଳହର ସମାଧାନ କରି ପାରିବେ। ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ଆର୍ଥିକ ସ୍ଥିତି ଭଲ ରହିବ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ସରକାରୀ କାର୍ଯ୍ୟରେ ପରିଶ୍ରମର ସାର୍ଥକ ପରିଣାମ ମିଳିବ। ଗୁରୁଙ୍କ ସମାନ ଜଣେ ବ୍ୟକ୍ତିଙ୍କ ଠାରୁ ମାଗଦର୍ଶନ ପାଇ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ସବୁ କ୍ଷେତ୍ରରେ ଲାଭ ମିଳିବ। ସକରାତ୍ମକ ଚିନ୍ତା ଦ୍ୱାରା ଉନ୍ନତି କରିପାରିବେ। ଜୀବନସାଥୀ ମନୋବଳକୁ ବଢ଼ାଇବାରେ ସାହାଯ୍ୟ କରିବେ। ନୂଆ ଗାଡି କିଣିବାକୁ ବିଚାର କରିବେ। ବୌଦ୍ଧିକ ଗୁଣ ବୃଦ୍ଧି ହୋଇ ମନ ଖୁସି ରହିବ। ଚାକିରୀ କ୍ଷେତ୍ରରେ ଉଚ୍ଚପଦ ପାଇବାର ସମ୍ଭାବନା ଅଛି। ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କର୍କଟ:-ଜୀବନ ସାଥୀଙ୍କ ଦୃଷ୍ଟିରେ ଆପଣଙ୍କ ପ୍ରତି ସମ୍ମାନ ବଢ଼ିବ। ସୃଜନାତ୍ମକ କାର୍ଯ୍ୟ ପ୍ରତି ଆକର୍ଷିତ ହେବେ। ବିଦ୍ୟାର୍ଥୀମାନଙ୍କୁ ପ୍ରତିଯୋଗୀ ପରୀକ୍ଷାରେ ସଫଳତା ମିଳିବ। ବ୍ୟବସାୟରେ ଗୁରୁଜନଙ୍କ ପରାମର୍ଶ ନେଲେ ଲାଭକାରୀ ହେବ। ବ୍ୟାକିଂ ଓ ଫାଇନାଂସ୍ ସମ୍ବନ୍ଧିତ କାର୍ଯ୍ୟରେ ଉତ୍ତମ ଲାଭ ହେବ। ଉଧାର ଦେଇଥିବା ଟଙ୍କା ଫେରସ୍ତ ପାଇବେ। ଆର୍ଥିକ ସମସ୍ୟା ଦୂର ହେବ। ପ୍ରେମୀଜନଙ୍କ ସହିତ ବୁଲିବାକୁ ଯାଇପାରନ୍ତି। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ସିଂହ:-ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିବେ। ଉଚିତ୍ମାର୍ଗରେ ଗତିକରି ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରି ନେବା ଉଚିତ୍। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ। କାମ-କାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରି ପାରିବେ। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ସ୍ଥିର ହୋଇପାରେ। ଭୋଗ ବିଳାସରେ ଅଧିକ ମହତ୍ୱ ଦେବେ। ପରିବାରର ଶୁଭ କାର୍ଯ୍ୟରେ ଧନ ଖର୍ଚ୍ଚ କରିପାରନ୍ତି। ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଭଲ ଫଳ ପାଇବେ। ଅସହାୟ ଲୋକମାନଙ୍କର ଉପକାର କରିବା ପାଇଁ ଆଗ୍ରହୀ ହେବ। ବ୍ୟବସାୟରେ ଆପଣଙ୍କୁ ଉତ୍ତମ ଲାଭ ମିଳିବ। ନିଜର ଲକ୍ଷ୍ୟ ପୂରଣ କରିବା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ଧନୁ:-ସେୟାର ମାର୍କେଟ ଓ ମ୍ୟୁଚୁଆଲ୍ ଫଣ୍ଡରେ ଟଙ୍କା ନିବେଶ କରିଲେ ପ୍ରବଳ ଧନ ଲାଭ ହେବ। ସମ୍ପତ୍ତି କ୍ରୟ କରିବାର ଯୋଜନା କରିବେ। ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା ଜାରି ରଖିବେ। ବ୍ୟବସାୟରେ ବଡ଼ ଧରଣର ଡିଲ୍ ହୋଇପାରେ, ଯାହାଦ୍ୱାରା ଅଧିକ ଧନ ଲାଭ ହେବ। ସାମାଜିକ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବା ଫଳରେ ଅଧିକାରୀମାନେ ଆପଣଙ୍କ ପଦୋନ୍ନତି ବିଷୟରେ ଯୋଜନା କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ ଓ ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡା ଅନୁଭବ କରିବେ। ବଡ ପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ। ରାଜନୀତି କ୍ଷେତ୍ରରେ ଧଳା ବସ୍ତ୍ର ପରିଧାନ କଲେ ବ୍ୟକ୍ତିତ୍ୱର ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ଶାରିରୀକ ଅସୁସ୍ଥତା ଦେଖା ଦେବ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ଦୈବୀଶକ୍ତି ବଳରେ ବିପଦରୁ ରକ୍ଷା ପାଇପାରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଶୁଭ ସୂଚନା ପାଇ ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ସମସ୍ୟା ଗୁଡିକ ସମାଧାନ ହେବା ଯୋଗେ ଚିନ୍ତାମୁକ୍ତ ହେବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଆର୍ଥିକ ଦିଗରୁ ସୁବିଧା ପାଇ ଉଚ୍ଚଆଶା ସଫଳ ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।