ମେଷ:-ଉଚ୍ଚ ସମ୍ଭବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତି ମିଳିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବାସସ୍ଥାନ ବା ଯାନବାହାନର ନବୀକରଣ କରିପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। କର୍ମକ୍ଷେତ୍ରରେ ଉନ୍ନତି କରିବାସହ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଋଣ ଭରଣାରେ ସହଜ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ପଦୋନ୍ନତିର ସମ୍ଭାବନା ରହିଛି। ମାଲି-ମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ ଓ ମୁଣ୍ଡ ଉଚ୍ଚ ରହିବ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇ ଯଥେଷ୍ଟ ଅଗ୍ରଗତି ଘଟିବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ସିଂହ:-ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଅଧିକ ଲାଭ କରିବେ। ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ନୂଆଲକ୍ଷ ନିର୍ଦ୍ଧାରିତ କରି ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ବିଚ୍ଛା:-ସରକାରୀ କାମରେ ସଫଳତା ପାଇବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।
ଧନୁ:-ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡି ପାରନ୍ତି। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ପ୍ରତିକାର:-ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମକର:-ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ। ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କରି ଆନନ୍ଦିତ ହେବେ। ନୂତନ ବସ୍ତୁ କ୍ରୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:-କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ସୁରକ୍ଷିତ ଅନୁଭବ କରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମୀନ:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ଗୁରୁଜନ ମାନଙ୍କ ଆଦର ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ଓ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।