ଦୈନିକ ରାଶିଫଳ: 22 ଜୁଲାଇ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଭୌତିକ ସୁଖସୁବିଧା ସାଧନରେ ବୃଦ୍ଧି ହେବ। ଭ୍ରମଣ ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେଇ ଋଣଭାର କମିଯିବ। ପାରିବାରିକ ଜୀବନରେ ଗୁରୁଜନ ମାନେ ସନ୍ତୁଷ୍ଟ ରହିବେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନଙ୍କର ଉନ୍ନତି ଖବର ପାଇ ମନ ଖୁସି ରହିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ବ୍ୟବସାୟରେ ଗୁରୁ ଦାୟିତ୍ୱ ବହନ କରି, କଠିନ ପରିଶ୍ରମ କରିବାକୁ ପଡିବ। ସାମାନ୍ୟ ଲାଭ ପାଇବେ। ସ୍ୱାସ୍ଥ୍ୟସମସ୍ୟା ଯୋଗେ ମାନସିକ ଅଶାନ୍ତି ଦେଖା ଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶତୃମାନେ ପରାଜିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବ ଓ ରାଜକୀୟ ସମ୍ମାନ ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସତର୍କ ନହେଲେ ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ କରଜ ଭାରରୁ ମୁକ୍ତି ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଦୁଃଖୀ ଲୋକଙ୍କୁ ସାହାରା ହେବେ ଓ ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହୋଇ ପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରି ପାରିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବାସହ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ସାମାଜିକ କାର୍ଯ୍ୟରେ ସଫଳତାପାଇ ମାନସମ୍ମାନ ବୃଦ୍ଧି ହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ। ସୁଖଶାନ୍ତି ବୃଦ୍ଧି ହେବାସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ ଓ ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଶତୃମାନେ ଷଡ଼ଯନ୍ତ୍ର କରି ଅପଦସ୍ତ ହେବେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ବିବାଦରୁ ମୁକ୍ତ ହେବେ। ଯଶଲାଭ, ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତିହେବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ମିତ୍ରଙ୍କ ଦ୍ଵାରା ସହାୟତା ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। କୌଣସି କାମପ୍ରତି ମନ ଲାଗିବ ନାହିଁ ତେଣୁ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସାପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ପାରେ। ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବାସହ ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:- ସ୍ୱାସ୍ଥ୍ୟ ଠିକ୍ ରହିବାସହ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଅଧିକାରୀ କାମରେ ପ୍ରସନ୍ନ ରହିବା ଫଳରେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଯାନବାହନ ସୁଖ ମଧ୍ୟ ମିଳିବ।ଧର୍ମକାର୍ଯ୍ୟରେ ମତି ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!