ଦୈନିକ ରାଶିଫଳ: 22 ଜୁଲାଇ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବ୍ୟାପାର ଓ କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ନୂଆ ଚାକିରୀ ହେବାର ଅଫର୍ ମିଳିବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟିମାନେ ନୂତନପନ୍ଥା ଅନୁସରଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ।ନୂତନ ଦ୍ରବ୍ୟ କ୍ରୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ରାଜନୈତିକ କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ବନ୍ଧୁ ମିତ୍ରଙ୍କ ସହଯୋଗ ଦ୍ଵାରା ପ୍ରେମ ସମ୍ବନ୍ଧ ଆଗକୁ ବଢିପାରିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଟଙ୍କାପଇସା କାରବାର ବିଷୟରେ ସାବଧାନ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହେବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବା ଫଳରେ ଜନସମ୍ପର୍କ ସୁଦୃଢ ହେବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟୀ ହେବେ। କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଦୂରଯାତ୍ରାର ସୁଯୋଗ ପାଇ ଉତ୍ସାହିତ ହେବେ। ଆକସ୍ମିକ ଧନ ପ୍ରାପ୍ତି ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ଋଣ ଭରଣାରେ ସହଜ ହେବ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ।ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ। ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଦେଖାଦେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହୋଇ ଉଚ୍ଚ ଆଶାରେ ଆଗେଇବେ। ରାଜନୀତିରେ ଲୋକପ୍ରିୟତା ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ ଓ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ। ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ନୂତନ ବ୍ୟବସାୟର ସୁଯୋଗ ପାଇବେ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଋଣ ଭରଣାରେ ସହଜ ହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। କାମଟି ସମ୍ପନ୍ନ କରିପାରିବେ। ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

ମୀନ:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!