ଦୈନିକ ରାଶିଫଳ: 22 ଡିସେମ୍ବର 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସମ୍ବନ୍ଧରେ ପ୍ରଗାଢତା ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଘରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ରାଜନୈତିକ ଯାତ୍ରାରେ ଲାଭ ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଅତ୍ୟନ୍ତ ପ୍ରିୟ ଲୋକମାନେ ଅସନ୍ତୁଷ୍ଟ ହୋଇ ଦୂରେଇ ଯାଇପାରନ୍ତି। ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡ଼ିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ପୁରାତନ ରୋଗରୁ ଉପଶମ ମିଳିବ। ମିତ୍ରମାନଙ୍କ ସହଯୋଗରେ କୌଣସି ନୂଆକାମ ଓ ନୂଆ ବ୍ୟବସାୟ ଆରମ୍ଭ କରି ପାରିବେ। କିଛି ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ପ୍ରାପ୍ତ ହେବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ। ପ୍ରତିଯୋଗୀତା ପରୀକ୍ଷା କ୍ଷେତ୍ରରେ ବିଜୟ ହେବ ଓ ଯଶ, କୀର୍ତ୍ତି, ମାନସମ୍ମାନ ମିଳିବ। ଅଚାନକ ଭାବରେ ଧନ ଲାଭ ହୋଇପାରେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ପରିବାରରେ ମନୋମାଳିନ୍ୟ ଦୂରେଇ ଯାଇ ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। କେତେ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ଭାଇଙ୍କ ସହିତ ବିବାଦ ସମସ୍ୟା ଦୂର ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଶାନ୍ତି ପାଇବେ। ସ୍ଵାସ୍ଥ୍ୟରେ ସୁଧାର ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧିହେବ। ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବାସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ରାଜନୀତିରେ ପ୍ରଶଂସିତ ହେବେ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ ଅଟେ। ଦୁଃଖୀ ଲୋକଙ୍କୁ ସାହାରା ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ପକ୍ଷରେ ରହିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ମଉଜ-ମସ୍ତିରେ ସମୟ କଟିପାରେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପୁରାତନ ରୋଗ ପୀଡାରୁ ଉପସମ ପାଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ। ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଜନସେବାରେ ନିଜକୁ ନିୟୋଜିତ କରି ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!